-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ହଜାରେ ଡେଙ୍ଗୁ ରୋଗୀ; କେବଳ ଭୁବନେଶ୍ୱରରୁ ୭୦ %, ଟେଷ୍ଟି ଉପରେ ଗୁୁରୁତ୍ୱ

08-Aug-2021



ଭୁବନେଶ୍ୱର (ସୁଭାସିସ ନାୟକ): ରାଜ୍ୟରେ କରୋନା  ସଂକ୍ରମଣ ସାଙ୍ଗକୁ ଡେଙ୍ଗୁ ରୋଗ ଏବେ ଚିନ୍ତାର କାରଣ ପାଲଟଛି ।  ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ଦେଖିôବାକୁ ମିଳୁଛି । ଜାନୁଆରୀରୁ ଏବେ  ସୁଦ୍ଧା ରାଜ୍ୟରୁ ପାଖାପାଖି ହଜାରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ନେଇ ଆଜି ଜନସ୍ୱାସ୍ଥ୍ୟ ନିଦେ୍ର୍ଧଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ରାଜ୍ୟରେ ହଜାରେ ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ କେବଳ ବିଏମସିରୁ ୭୧୪ଟି କେସ୍ ରହିଛି । ପ୍ରତିଦିନ ଡେଙ୍ଗୁ କେସ୍ ସାମ୍ନାକୁ ଆସୁଛି । ତେବେ ଡେଙ୍ଗୁ ଭାଇରସ ଏଲିସା ପଦ୍ଧତିରେ ଟେଷ୍ଟ ହେବା କଥା କିନ୍ତୁ ଘରୋଇ ହସ୍ପିଟାଲଗୁଡିକ କେହି ବି ଏଲିସାରେ ଟେଷ୍ଟ କରୁନାହାନ୍ତି । କେବଳ କାର୍ଡ ଟେଷ୍ଟ କରୁଛନ୍ତି । ଫଳରେ ଫଲ୍ସ ପଜିଟିଭ କେସ୍ ଅଧିକ ଆସୁଛି । ସେଥିପାଇଁ ସେ ଘରୋଇ ହସ୍ପିଟାଲ ଗୁଡିକୁ ପରାମର୍ଶ ଜାରି କରିଛନ୍ତି ।  ଯଦି ସେମାନେ ପଜିଟିଭ ପାଉଛନ୍ତି ତେବେ ତୁରନ୍ତ ରକ୍ତ ନମୂନା କ୍ୟାପିଟାଲ ହସ୍ପିଟାଲ ଅବା ଆରଏମଆରସିକୁ ପଠାଇବାକୁ ସମସ୍ତ ଲାବ୍ରୋଟୋରୀକୁ ନିବେଦନ କରିଛନ୍ତି ।
ଶ୍ରୀ ମିଶ୍ର ଆହୁରି କହିଛନ୍ତି, ଡେଙ୍ଗୁ ଟେଷ୍ଟ ପାଇଁ ସମସ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ରର ବ୍ୟବସ୍ଥା ହୋଇଛି । ତେଣୁ ଲୋକମାନେ ନିକଟସ୍ଥ ଅର୍ବାନ ସ୍ୱାସ୍ଥ୍ୟ କେନ୍ଦ୍ରକୁ  ଯାଇ ପରୀକ୍ଷା କରାଇପାରିବେ । ସୂଚନା ମୁତାବକ ଡେଙ୍ଗୁ ପ୍ରକୋପକୁ ରୋକିବା ପାଇଁ ବିଏମସି ସଫେଇ ଓ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିଛି  । ଏବେ ଶୈଳଶ୍ରୀବିହାର ଓ ନିଳାଦ୍ରୀ ବିହାରକୁ ବାଦ୍ ଦେଇ ମଧ୍ୟ ଏକାଧିକ ସ୍ଥାନରୁ ବହୁ ସଂଖ୍ୟାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି, ଯାହାକି ବିଏମ୍ସି ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।
ବିଏମସି ପକ୍ଷରୁ ଡେଙ୍ଗୁ ଜ୍ୱର ପାଇଁ ଏକାଧିକ ସତର୍କ ସୂଚନା ଜାରି କରାଯାଇଛି । ଜ୍ୱର ସହ ମୁଣ୍ଡ, ହାତ ବିନ୍ଧା, ଦେହରେ ଲାଲ ଦାଗ, ବାନ୍ତି ଓ ମୁଣ୍ଡ ବିନ୍ଧା ହେଉଛି ଡେଙ୍ଗୁର ଲକ୍ଷଣ । ତେଣୁ ଏପରି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ କୁହାଯାଇଛି । ମଶା ବୃଦ୍ଧିର ଆଶଙ୍କା ଥିବା ପ୍ରାୟ ୩ ହଜାର ସ୍ଥାନରେ ସଫେଇ କରାଯାଇଛି । ୮୧୫ ସ୍ଥାନରେ ଏଡିସ୍ ମଶାର ଲାର୍ଭାକୁ ନଷ୍ଟ କରାଯାଇଥିବା ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି  । ଘରେ ମଧ୍ୟ ସଫେଇ ପରି ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି । ଏପରି ସ୍ଥଳେ କଂଗ୍ରେସ ଏବଂ ବିଜେଡି ପକ୍ଷରୁ ରାଜଧାନୀରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ କରାଯାଉଥିବା ଦେଖିବାକୁ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like