-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ସେଣ୍ଟ ଜୋସଫ୍ ଛାତ୍ରୀ ଶ୍ରୁତି କରଙ୍କୁ ରାଜ୍ୟସ୍ତରୀୟ ଶ୍ରୀସେବା ସମ୍ମାନ

09-Aug-2021



ଭୁବନେଶ୍ବର (ପ୍ରେରଣା ଖବର ) : ଦୀର୍ଘଦିନ ଧରି ନିଷ୍ପେସିତ ଜୀବଜନ୍ତୁ ଓ ବୁଲା କୁକୁରଙ୍କ ସେବାଯତ୍ନ ସହ ସେମାନଙ୍କ ଉପରେ ହେଉଥିବା ମାନବୀୟ ଅତ୍ୟାଚାର ବିରୁଦ୍ଧରେ ସ୍ୱର ଉଠାଇଥିବା ଭୁବନେଶ୍ୱରସ୍ଥିତ ସେଣ୍ଟ ଜୋସଫ୍ ହାଇସ୍କୁଲର ଛାତ୍ରୀ ଶ୍ରୁତି କରଙ୍କୁ ଚଳିତବର୍ଷର ‘ରାଜ୍ୟସ୍ତରୀୟ ଶ୍ରୀସେବା ସମ୍ମାନ’ ସମ୍ମାନିତ କରାଯାଇଛି। ସାମାଜିକ ଅନୁଷ୍ଠାନ ‘ହେଲପମେଟ୍‌’ ପକ୍ଷରୁ ଆଜି ଏହି ସମ୍ମାନ ସହ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇଛି।
କରୋନା ମହାମାରୀ ସମୟରେ ଅନେକ ବୁଲା ଜୀବଜନ୍ତୁଙ୍କ ସେବା ଯତ୍ନ ନେବା ସହ ଗତ ୨ବର୍ଷରୁ ଅଧିକ ସମୟ ଧରି ବୁଲା କୁକୁରକୁ ନିଜର ପୋଷା ଜନ୍ତୁଙ୍କ ଭଳି ରଖିଥିବା ନବମ ଶ୍ରେଣୀ ଛାତ୍ରୀ ଶ୍ରୁତି ଗତ ମାସରେ ଅନଲାଇନରେ ବୁଲା କୁକୁରଙ୍କ ପ୍ରତି ହେଉଥିବା ଆକ୍ରମଣ ବିରୁଦ୍ଧରେ ଏକ ଅଭିଯାନ ଚଳାଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅନଲାଇନରେ ତାଙ୍କର ଏହି ଅଭିଯାନକୁ ସମସ୍ତେ ପ୍ରଶଂସା କରିବା ସହ ସ୍ଥାନୀ ପୁଲିସ ମଧ୍ୟ ତାଙ୍କୁ ଏ ଦିଗରେ ସହଯୋଗର ହାତ ବଢ଼ାଇଥିଲା।


ଏପରିକି ନିକଟରେ ସେ ଦୁର୍ଘଟଣାଗ୍ରସ୍ତ ଗୋଟିଏ ବୁଲା କୁକୁରକୁ ନିଜ ଘରେ ରଖି ତା’ର ସମସ୍ତ ଚିକିତ୍ସା ମଧ୍ୟ କରୁଛନ୍ତି। ଏତେ କମ୍ ବୟସରେ ବୁଲା କୁକୁର ଓ ନିଷ୍ପେସିତ ଜୀବଜନ୍ତୁଙ୍କ ପ୍ରତି ତାଙ୍କର ଦୁର୍ବଳତା ଓ ଭଲପାଇବାକୁ ସମ୍ମାନ ଜଣାଇ ତଥା ଏହା ଅନ୍ୟ ପିଲାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ଦର୍ଶାଇ ‘ହେଲପମେଟ୍‌’ ଅନୁଷ୍ଠାନ ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ଅନୁଷ୍ଠାନର ସମ୍ପାଦିକା ନିବେଦିତା ଭଞ୍ଜ କହିଛନ୍ତି। ନବମ ଶ୍ରେଣୀରେ ପଢ଼ୁଥିବା ଶ୍ରୁତି ଭୁବନେଶ୍ୱରର ଜଣେ ଆଗଧାଡ଼ିର ୟୁ-ଟ୍ୟୁବର ଭାବେ ମଧ୍ୟ ପରିଚିତ।
ଏହି ଅବସରରେ ନୟାପଲ୍ଲୀ ଥାନା ଆଇଆଇସି ଶରତ କୁମାର ସାହୁଙ୍କୁ ମଧ୍ୟ ଅନୁଷ୍ଠାନ ପକ୍ଷରୁ ‘ରାଜ୍ୟସ୍ତରୀୟ କରୋନା ଯୋଦ୍ଧା’ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର କର୍ମକର୍ତ୍ତାଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like