-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ହକି ଖେଳାଳୀ ଅମିତ, ବିରେନ୍ଦ୍ରଙ୍କୁ ଡିଏସପି ଚାକିରି ସହ ମିଳିଲା ଅଢେଇ କୋଟି ଲେଖାଏଁ ପୁରସ୍କାର

12-Aug-2021



ଭୁବନେଶ୍ୱର, (ଶୁଭାଶିଷ ନାୟକ): ଟୋକିଓ ଅଲିମ୍ପିକ୍ସରେ ଦମ୍ଦାର ପ୍ରଦର୍ଶନ କରିବା ସହ ବ୍ରୋଞ୍ଜ ପଦକ ଜିତି ଘର ବାହୁଡ଼ିଥିବା ୪ ଓଡ଼ିଆ ହକି ଖେଳାଳିଙ୍କୁ ରାଜ୍ୟରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟକୁ  ଗୌରବାନିତ କରିଥିବା  ୪ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରି ସେମାନଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ।  ଓଡ଼ିଶାର ପୁରୁଷ ହକି ଖେଳାଳି ଅମିତ ରୋହିଦାସ, ବିରେନ୍ଦ୍ର ଲାକ୍ରା ଓ ମହିଳା ହକି ଖେଳାଳି ଦୀପଗ୍ରେସ ଏକ୍କା ଓ ନମିତା ଟପୋଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

 ହକି ଖେଳାଳିଙ୍କ ସମ୍ମାନର୍ଥେ ଆଜି କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ବ୍ରୋଞ୍ଜ ପଦକ ଜିତିଥିବା ଅମିତ ଓ ବୀରେନ୍ଦ୍ରଙ୍କୁ ଅଢେଇ କୋଟି ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ  । ଏଥିସହ ଓଡ଼ିଶା ପୁଲିସରେ ଡିଏସପି ପଦବୀରେ ଅବସ୍ଥାପିତ ପାଇଁ ଆପଏଣ୍ଟମେଣ୍ଟ ଲେଟର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ  । ସେହିପରି ମହିଳା ହକି ଦଳର ନମିତା ଟପ୍ପୋ ଓ ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଛି । 

ପୁରସ୍କାର ରାଶି ପାଇବା ପରେ ପଦକ ପାଇଁ ଅନେକ ସଂଘର୍ଷ କରିବାକୁ ପଡ଼ିଥିବା କହିଛନ୍ତି ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ  । ପରିବାର ଛାଡ଼ି ଏତେ ଦୂରରେ ରହି ଯେଉଁ ତ୍ୟାଗ କରିଥିଲୁ ତାହା ସଫଳ ହୋଇଛି ବୋଲି ସେମାନେ କହିଛନ୍ତିି । ଅମିତ୍ ରୋହିଦାସ କହିଛନ୍ତି, ଅଲିମ୍ପିକ୍ସ ପଦକ ସ୍ୱର୍ଗୀୟ ବାପାଙ୍କୁ ସମର୍ପିତ କରିଛି  । ଅଲିମ୍ପିକ୍ସ ଖେଳିବାରେ ବାପାଙ୍କ ବହୁତ ଅବଦାନ ରହିଛି  । ଗତବର୍ଷ ତାଙ୍କର ଦେହାନ୍ତ ହୋଇଛି, ସେ ଜୀବୀତ ଥିଲେ ପଦକ ଦେଖି ଖୁବ୍ ଖୁସି ହୋଇଥାନ୍ତେ । ଜିତିବା ପାଇଁ ଲମ୍ବା ସଂଘର୍ଷ କରିବାକୁ ପଡ଼ିଥିଲା  । ପରିଶ୍ରମ କରି ନଥିଲେ ସଫଳତା ମିଳି ନ ଥାଆନ୍ତି ବୋଲି ସେ କହିଛନ୍ତି  । 
ସେହିପରି ଅଲିମ୍ପିକ୍ସ ପଦକ ବିଜେତା ବିରେନ୍ଦ୍ର ଲାକ୍ରା କହିଛନ୍ତି,ପଦକ ପାଇଁ ଅନେକ ସଂଘର୍ଷ କରିବାକୁ ପଡ଼ିଛି  । ପରିବାର ଛାଡ଼ି ଯେଉଁ ତ୍ୟାଗ କରିଥିଲୁ ତାହା ଆଜି ସଫଳ ହୋଇଛି  । ସେହିପରି ଭାରତ ଓ ଓଡ଼ିଶା ସରକାରଙ୍କ ସମର୍ଥନ ଅନେକ ସହାୟକ ହୋଇଥିବା ସେ କହିଛନ୍ତି  । ଗତକାଲି ଟୋକିଓ ଅଲିମ୍ପିକ୍ ପଦକ ବିଜେତା ଓଡ଼ିଶା ଫେରିଥିବା ବେଳେ ଭୁବନେଶ୍ୱର ବିମାନ-ବନ୍ଦରରେ ସେମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା  ।ଏହି ଉତ୍ସବରେ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ଓ ଯୁବ ସେବା ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କୀ ଏବଂ ୫ଟି ସଚିବ ଭିକେ ପାଣ୍ଡିଆନ୍ ପ୍ରମୁଖ ଉପସ୍ଥିତ ଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like