-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ହୀରାକୁଦ ଭାୟା ବିନିକା ଦେଇ ସୁବର୍ଣ୍ଣପୁରକୁ ରେଳ ସଂଯୋଗିକରଣ ନିମନ୍ତେ ବିନିକା ଜନସାଧାରଣଙ୍କ ତରଫରୁ କେନ୍ଦ୍ରମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର

16-Aug-2021



ବିନିକା(ହିମାଂଶୁ ଶେଖର ପୁଟେଲ)- ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର କୋଣ ଅନୁକୋଣରେ ରେଳ ଲାଇନଓ ଟ୍ରେନର ବିକାଶ ସହିତ ବୁଲେଟ ଟ୍ରେନ ପାଇଁ ଗୁରୁତ୍ତ୍ଵ ଦେଉଥିବାରୁ ପଶ୍ଚିମ ଓଡ଼ିଶାର ପ୍ରାଣକେନ୍ଦ୍ର ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାକୁ ସଂଯୋଗ ପାଇଁ ହୀରାକୁଦ ଠାରୁ ଭାୟା ବିନିକା ଦେଇ ସୋନପୁରକୁ ରେଳ ସଂଯୋଗିକରଣ ସକାଶେ ଆଜି ଦିନ ପ୍ରାୟ ୧୧.୩୦ମି ସମୟରେ ବିନିକା ଜନସାଧାରଣଙ୍କ ତରଫରୁ ସ୍ଥାନୀୟ ତହସିଲଦାରଙ୍କ ଅନୁପସ୍ଥିତରେ କାର୍ଯ୍ୟାଳୟର ବରିଷ୍ଠ କିରାଣିଙ୍କ ଜରିଆରେ ମାନ୍ୟବର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ଵୈଷ୍ଣବଙ୍କ ନିକଟକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି l ଦାବିପତ୍ରରେ ଉଲ୍ଲେଖ ରହିଛି ଯେ,ପଶ୍ଚିମ ଓଡ଼ିଶାର ଦୁଇଟି ପ୍ରମୁଖ ସହର ଭାବେ ପରିଚିତ ସମ୍ବଲପୁର ଓ ସୁବର୍ଣ୍ଣପୁର l ଏହାର ସାମାଜିକ ଜୀବନଶୈଳୀ ଅନନ୍ୟ l ସମ୍ବଲପୁର ଜିଲ୍ଲାରେ ପ୍ରସିଦ୍ଧ ହୀରାକୁଦ ଡ଼୍ୟାମ,ସମଲେଶ୍ଵରୀ ମନ୍ଦିର,ବୁର୍ଲା ମେଡିକାଲ କଲେଜ, ଆଇଆଇଏମ, ସୈନିକ ସ୍କୁଲ,ସିଆରପିଏଫ୍ ସେଣ୍ଟର,ଇଞ୍ଜିନିୟରିଂ କଲେଜ,ଜ୍ୟୋତିବିହାର ବିଶ୍ଵ ବିଦ୍ୟାଳୟ ରହିଥିବା ବେଳେ ବାଣିଜ୍ୟକ କ୍ଷେତ୍ରରେ ଏହି ସହର ଖ୍ୟାତି ଅର୍ଜନ କରିଛି l ଏଠାରେ ଥିବା ଭିମାସାର,ଭିଏସଏସୟୁଟି ଏବଂ ଅନ୍ୟାନ୍ୟ ସଂଗଠନ ଉପରେ ସାରା ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଲୋକେ ବିଭିନ୍ନ କାମପାଇଁ ନିର୍ଭର କରି ଆସୁଛନ୍ତି l ଖୋର୍ଦ୍ଧା ଠାରୁ ବଲାଙ୍ଗୀର ପର୍ଯ୍ୟନ୍ତ ଚାଲିଥିବା ରେଳ ଲାଇନ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଠାରେ ରେଳ ଷ୍ଟେସନ କାମ ଖୁବ ଶୀଘ୍ର ଶେଷ ହେବାକୁ ଯାଉଥିବାରୁ  ସମ୍ବଲପୁର ହୀରାକୁଦ ଷ୍ଟେସନ ଠାରୁ ସୋନପୁର ପର୍ଯ୍ୟନ୍ତ ଭାୟା ଗୋଶାଳା, ଚାରପାଲି,ଉଦେପୁର, ଜାମପାଲି, ତୁରୁମ,ବିନିକା, ମହାଦେବପାଲି ଦେଇ ନୂତନ ରେଳଲାଇନ ନିର୍ମାଣ ଦ୍ଵାରା ବିଭିନ୍ନ ସାମଗ୍ରୀର ପରିବହନ ହେବା ସାଙ୍ଗକୁ ବିଭିନ୍ନ ଅଞ୍ଚଳକୁ ସହଜରେ ସଂଯୋଗିକରଣ ଏବଂ ସ୍ଥାନୀୟ ଅଂଚଳର

ସାମାଜିକ ଅର୍ଥନୀତିର ଉନ୍ନତିକରଣ ହେବ ବୋଲି ଆଶା କରାଯାଉଛି l ଯାହା ଫଳରେ ଏହାଦ୍ବାରା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅଧିକ ମାତ୍ରାରେ ରାଜସ୍ବ ମିଳିବ l ତେଣୁ ଦିଆଯାଇଥିବା ଦାବିପତ୍ରର ସମସ୍ତ ତଥ୍ୟ ଏବଂ ପରିସ୍ଥିତିକୁ ଅନୁଧ୍ୟାନ ପୂର୍ବକ ଅଞ୍ଚଳବାସୀଙ୍କ ସମୂହ ସ୍ବାର୍ଥ ପାଇଁ ରେଳ ଲାଇନ ସଂଯୋଗିକରଣ କ୍ଷେତ୍ରରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ ବୋଲି ବିଶ୍ୱାସ ରହିଛି l ଏହାର ଅବିକଳ ନକଲ କପି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବାଣିଜ୍ୟ ପରିବହନ ଓ ଯୋଜନା ସମନ୍ମୟ ମନ୍ତ୍ରୀ ପଦ୍ମନାଭ ବେହେରା ଓଡ଼ିଶା ସରକାରଙ୍କ ଅବଗତି ନିମନ୍ତେ ଜଣାଇ ଦିଆଯାଇଥିବା ଦାବିପତ୍ରରେ ଉଲ୍ଲେଖ ରହିଛି l ସରକାରଙ୍କ କୋଭିଡ ଗାଇଡଲାଇନ ଅନୁଯାଇ ଦାବିପତ୍ର ପ୍ରଦାନ ବେଳେ ବିନିକା ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like