-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ସୃଷ୍ଟି ହେଲା ଲଘୁଚାପ::ରାଜ୍ୟରେ ଆସନ୍ତା ୨ ଦିନ ପ୍ରବଳ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

17-Aug-2021



ଭୁବନେଶ୍ବର (ମହାମାୟା ମହାନ୍ତି) : ରାଜ୍ୟରେ ପାଗ ମେଘୁଆ ରହିଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ବି ଆରମ୍ଭ ହୋଇଯାଇଛି । ଗତକାଲି ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ସୋମବାର ସଂଧ୍ୟାରେ ଘୂର୍ଣ୍ଣିବଳୟଟି ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷିବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଅନ୍ୟ କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।ଅନ୍ୟପଟେ ମୌସୁମୀ ଜନିତ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶ ଉପରେ ରହିଥିବା ବେଳେ ଏହାର ପୂର୍ବଭାଗ ହର୍‌ଦୋଇ, ପାଟଣା, ଜମ୍‌ସେଦ୍‌ପୁର, ପାରାଦୀପ ମଧ୍ୟ ଦେଇ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି। ପୁଣି ରାଜ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପାଣିପାଗର ଏହି ଦୁଇ ନିୟାମକ ପ୍ରଭାବରେ ରାଜ୍ୟର କିଛି କିଛି ଜିଲ୍ଲାରେ ଆଜି ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଛି। ସେହିପରି ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ମଧ୍ୟ କୁହାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆଜି କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିସହ ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଣୁ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜ‌ାରି କରାଯାଇଛି । ଅନ୍ୟପଟେ ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like