-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||     

HOME   ରାଜ୍ୟ

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ: ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

18-Aug-2021



ରାଉରକେଲା,(ପ୍ରେରଣା ଖବର) :: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ‌୍‍, ଜାତୀୟ ସ୍ବାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଶ୍ରୀ ଆର. ଭିନିଲ‌୍‍ କ୍ରିଷ୍ଣା ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି୤ 

ଏ ହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ଫୁଟବଲ‌୍‍ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ‌୍‍ କାର୍ଯ୍ୟ ବୁଲି ଦେଖିଛନ୍ତି୤

ଏହା ସହିତ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି୤ 

ବିଭିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ ଏହି ଟିମ‌୍‍ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମ‌୍‍ ତଥା ମହାନଗର ନିଗମ କମିଶନର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ବିମାନବନ୍ଦରଠାରେ ସମୀକ୍ଷା କରିଥିଲେ୤ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଥିଲେ ଯେରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି  ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛି୤  ଏହାଛଡ଼ା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ବ ନିର୍ମାଣ କାମ  ମଧ୍ୟ ଶେଷ ପର୍ଯାୟରେ ପହଞ୍ଚି ଛି ।୤ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ଫୁଟବଲ ଖେଳ ସହ ଆଥଲେଟିକ‌୍‍ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ୤ ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ‌୍‍ ଟ୍ରାକ‌୍‍ ନିର୍ମାଣ କରାଯାଉଛି୤ ଏତଦବ୍ୟତୀତ ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ ଚାଲିଛି୤ ତେଣୁ ବିଶ୍ବକପ‌୍‍ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି”, ସେହିପରି

ଏୟାରପୋର୍ଟ ଅଥରିଟି ଅଫ‌୍‍ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କାର୍ଯ୍ୟ ଜାରି ରହିଛି । ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ୤ ଏହାକୁ ଆଗାମୀ ୨୦୨୨ ମେ' ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି୤ଛ ଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ‌୍‍ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି

ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ,5Tସଚିବ   ରାଉରକେଲାରେ କୋଭିଡ‌୍‍ ପରିସ୍ଥିତିର ସମୀକ୍ଷା କରିଥିଲେ୤ ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, “ବର୍ତ୍ତମାନ ରାଉରକେଲାରେ ଜେ ପି ହସ୍ପିଟାଲକୁ ସରକାରୀ କୋଭିଡ‌୍‍ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି୤ ସେହିପରି ସୁନ୍ଦରଗଡ଼ରେ ଏନଟିପିସି କୋଭିଡ‌୍‍ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ସବୁ ଦୃଷ୍ଟିରୁ ପ୍ରସ୍ତୁତ ରହିଛି’’, ।

ଏହି ସଚିବସ୍ତରୀୟ ପ୍ରତିନିଧି ଦଳ ପ୍ରଥମେ ବିପିୟୁଟି କ୍ୟାମ୍ପସରେ ନିର୍ମାଣ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର କାର୍ଯ୍ୟ ବୁଲି ଦେଖିଥିଲେ୤ ନିର୍ଦ୍ଧାରିତ ସମୟ ଅନୁଯାୟୀ ସମସ୍ତ କାର୍ଯ୍ୟ ଯେପରି ସମ୍ପାଦନ କରାଯିବ ସେଥିପାଇଁ ମୁଖ୍ୟ ଶାସନ ସଚିବ ସ୍ଥାନୀୟ ପ୍ରଶାସନକୁ ନିଦ୍ଦେର୍ଶ ଦେଇଥିଲେ୤ ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ‌୍‍ ଭୁବନେଶ୍ବର ସହିତ ରାଉରକେଲାର ଏହି ଷ୍ଟାଡିୟମରେ ଆୟୋଜନ କରାଯିବ୤ ଏକାସାଙ୍ଗରେ ଏଠାରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ୤ହକି ସହିତ ବିଭିନ୍ନ କ୍ରୀଡ଼ାର ବିକାଶ ଲାଗି ସହରରେ ଯେଉଁ ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଉଛି ତାହା ସ୍ମାର୍ଟ ସିଟି ରାଉରକେଲାକୁ ଆଗାମୀ ଦିନରେ ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ‌୍‍ ଭାବେ ପରିଚିତ କରାଇବ୤ପାନପୋଷଠାରେ ବ୍ୟାଡମିଣ୍ଟନ ଏବଂ ଲନ‌୍‍ ଟେନିସ‌୍‍ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯାଉଛି

ଏଠାରେ ୩ଟି ଇନଡୋର ବ୍ୟାଡ‌୍‍ମିଣ୍ଟନ କୋର୍ଟ ସହିତ ଆଉଟଡୋର ଲନ‌୍‍ ଟେନିସ‌୍‍ କୋର୍ଟ ରହିଛି

ଖେଳାଳିମାନଙ୍କ ଫିଟନେସ‌୍‍ ପାଇଁ ଅତ୍ୟାଧୁନିକ ଜିମ‌୍‍ର ବ୍ୟବସ୍ଥା କରାଯାଉଛି l ସେହିପରି ଫୁଟବଲ ଖେଳ ସହ ଆଥ‌୍‍ଲେଟିକ୍ସ ପାଇଁ ବିର୍ସା ମୁଣ୍ଡା ଷ୍ଟାଡିୟମ ତିଆରି କରାଯାଉଛି୤

ସଚିବସ୍ତରୀୟ ପ୍ରତିନିଧି ଦଳ ଏହି ଦୁଇଟି ପ୍ରକଳ୍ପସ୍ଥଳ ବୁଲି ଏହାର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିଲେ୤

ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ୤ ତେଣୁ ରାଉରକେଲାରେ ଏଥିପାଇଁ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି୤ ଏହି ପ୍ରତିନିଧି ଦଳ ଆଜି ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ଏହି ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ୤ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୫ଟି ପ୍ରକଳ୍ପ କରାଯାଉଛି, ଯେଉଁଠି ବସ୍ତି ବାସିନ୍ଦାଙ୍କ ପାଇଁ ପ୍ରାୟ ୩ ହଜାର ଘର ନିର୍ମାଣ କରାଯିବ୤ ଏହି ଗସ୍ତ ବେଳେ ୫ଟି ସଚିବ କହିଥିଲେ ଯେ, ଯେତେଶୀଘ୍ର ସମ୍ଭବ ହିତାଧିକାରୀମାନଙ୍କୁ ସେମାନଙ୍କ ପାଇଁ ନିର୍ଦ୍ଧାରିତ ଘର ଚିହ୍ନଟ କରି ଜଣାଇ ଦେବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

ଯାହା୤ ଫଳରେ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ହିତାଧିକାରୀମାନେ ନିଜ ନିଜ ଘରର ଗୁଣାତ୍ମକ ମାନ ତଦାରଖ କରିପାରିବେ୤

ଏହି ଗସ୍ତ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନର ପ୍ରସାର ପାଇଁ ଛେଣ୍ଡଠାରେ ପ୍ରାୟ ୮ ଏକର ଜମିରେ ଚାଲିଥିବା ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମର ନିର୍ମାଣ କାର୍ଯ୍ୟ ମଧ୍ୟ ସଚିବସ୍ତରୀୟ ପ୍ରତିନିଧି ଦଳ ବୁଲି ଦେଖିଥିଲେ l ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026
  ଜିଲ୍ଲା  
ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   26-Jul-2026
  ଜିଲ୍ଲା  
ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   26-Jul-2026
  ରାଜ୍ୟ  
ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   25-Jul-2026
  ଜିଲ୍ଲା  
ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   25-Jul-2026
  ଦେଶ ବିଦେଶ  
ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          25-Jul-2026
  ଜିଲ୍ଲା  
ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   25-Jul-2026
  ଜିଲ୍ଲା  
ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   25-Jul-2026
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026

You Might Also Like