-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ରାଜ୍ୟ

୧୧୦ଟି ନୂଆ ବସ୍ ର ଯାତ୍ରା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, OTDCର ନିମନ୍ତ୍ରଣ ରେଷ୍ଟ୍ୟୁରାଣ୍ଟ ଶୃଙ୍ଖଳ ଉଦ୍‌ଘାଟିତ, ମୋ ବସ୍‌ର ଅତ୍ୟାଧୁନିକ ଦୁଇଟି ଡିପୋ ଓ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନ  ଉଦ୍‌ଘାଟିତ ।

03-Sep-2021



ଭୁବନେଶ୍ବର (ଶୁଭାଶିଷ ନାୟକ) :ଏକ ଶହ ଭିନ୍ନକ୍ଷମ  ପିଲାଙ୍କ  ତାଲିମ ଓ ନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଏ.ଜି ଛକରେ ଥିବା ଓ.ଏସ୍.ଆଇ.ଟି.ସି ର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି ।   ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସଂଯୁକ୍ତ କରାଯାଇଛି ।

ସୁରକ୍ଷା ପାଇଁ ସି.ସି ଟିଭି କ୍ୟାମେରା, ଆରାମଦାୟକ ସିଟ୍, ଆପାତ୍ତକାଳୀନ ବଟନ୍, vehicle tracking system, ଅଗ୍ନି ନିର୍ବାପକ ବ୍ୟବସ୍ଥା, ବସ୍‌ ମଧ୍ୟରେ ଯାତ୍ରୀ ମାନଙ୍କୁ ବିଭିନ୍ନ ସୂଚନା ପ୍ରଦାନ ନିମନ୍ତେ  system ITMS ଭଳି ବିଭିନ୍ନ ବୈଷୟିକ ଜ୍ଞାନକୌଶଳଯୁକ୍ତ ସୁବିଧା ରହିଛି । ଏହି ବସ୍‌ ଗୁଡିକ ଆନ୍ତଃରାଜ୍ୟ ବସ୍‌ ପରିବହନରେ ମଧ୍ୟ ନିୟୋଜିତ ହେବ। ସୂଚନାଯୋଗ୍ୟ ଯେ  ନିଗମ ପକ୍ଷରୁ ଚଳାଚଳ କରିବାକୁ ଥିବା ୧୮୦ଟି ନୂଆ ବସ୍‌ ମଧ୍ୟରୁ ଆଜି ୧୧୦ଟିର ଶୁଭାରମ୍ଭ ହୋଇଥିବା ବେଳେ, ଆଉ ୭୦ଟି ବସ୍‌ ଖୁବଶୀଘ୍ର ଚଳାଚଳ କରିବ ।

  ବର୍ତ୍ତମାନ ଓ.ଏସ୍.ଆଇ.ଟି.ସି ପକ୍ଷରୁ ୨୮ଟି ଜିଲ୍ଲାରେ ତଥା ୪୩ଟି ଆନ୍ତଃରାଜ୍ୟ ମାର୍ଗରେ ୩୯୮ଟି ବସ୍‌ ଆନ୍ଧ୍ରପ୍ରଦେଶ, ପଶ୍ଚିମବଂଗ, ଝାରଖଣ୍ଡ ଓ ଛତିଶଗଡକୁ ସଂଯୋଗ କରୁଛି । ଆଜି ଯାତ୍ରା ଆରମ୍ଭ କରିଥିବା ୧୧୦ଟି ବସ୍‌ ଗୁଡିକ ଭଲ୍‌ବୋ, AC Uttra Delux, Non-AC Delux ତଥା Non-AC High Comfort bus ଅନ୍ତର୍ଭୁକ୍ତ ଅଟେ ।

ପରେ ମୁଖ୍ୟମନ୍ତ୍ରୀ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ନିକଟରେ OTDC ପକ୍ଷରୁ ନିର୍ମିତ restaurant ‘ନିମନ୍ତ୍ରଣ’ର ଶୁଭ ଉଦ୍‌ଘାଟନ କରିଥିଲେ। OTDCର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଉଦ୍‌ଘାଟିତ ଏହି  restaurantରେ ଖାଣ୍ଟି ଓଡିଆ ବ୍ୟଞ୍ଜନ ଉପଲବ୍‌ଧ ହେବ । ଓଡିଆ ଖାଦ୍ୟକୁ ଲୋକପ୍ରିୟ କରି ବ୍ୟଞ୍ଜନ ପର୍ଯ୍ୟଟନର ବିକାଶରେ ଏହା ସହାୟକ ହେବ। OTDCର ନିମନ୍ତ୍ରଣ restaurant ଶୃଙ୍ଖଳରେ ଏହା ହେଉଛି ପ୍ରଥମ ଓ ପରବର୍ତ୍ତୀ ପର୍ଯ୍ୟାୟରେ ପୁରୀ ଓ ସମ୍ବଲପୁରରେ ମଧ୍ୟ ଏଭଳି restaurant ଖୋଲାଯିବ ବୋଲି ସୂଚନା ଦିଆଯାଇଥିଲା ।

ପରେ ମୁଖ୍ୟମନ୍ତ୍ରୀ ପଟିଆ ଯାଇ ପଟିଆ ଓ ଭଗବାନପୁର ଠାରେ ମୋ ବସ୍‌ର ଦୁଇଟି ଡିପୋ ଉଦ୍‌ଘାଟନ କରିଥିଲେ । ଏହି ଅତ୍ୟାଧୁନିକ ଡିପୋ ଦୁଇଟିରେ ମେସିନ୍‌ ଜରିଆରେ  ବସ୍ ପରିଷ୍କାର  କରିବା ସହିତ ବସ୍ ଗୁଡିକରେ ତେଲ ପକାଇବାର ସୁବିଧା ମଧ୍ୟ କରାଯାଇଛି।

ପରେ ମୁଖ୍ୟମନ୍ତ୍ରୀ ପୋଖରୀପୁଟ ଠାରେ ରାଜ୍ୟ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ନବନିର୍ମିତ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ କରିଥିଲେ ।  ୧୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରତିଷ୍ଠାନରେ ସମସ୍ତ ପ୍ରକାର ଅକ୍ଷମତାର ପରୀକ୍ଷା, ଚିକିତ୍ସା, ଗତିଶୀଳତାର ତାଲିମ, ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା, ଚିତ୍ରକଳା, ନୃତ୍ୟଗୀତ ତାଲିମ ତଥା ବୃତ୍ତିଗତ ଶିକ୍ଷା ଓ ବିଭିନ୍ନ ପ୍ରକାର ପରାମର୍ଶ ର ବନ୍ଦୋବସ୍ତ କରାଯାଇଛି । ଏହି ପ୍ରତିଷ୍ଠାନରେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ୧୦୦ ଜଣ ଭିନ୍ନକ୍ଷମ ପିଲାଙ୍କର ରହଣୀର ସୁବନ୍ଦୋବସ୍ତ କରାଯାଇଛି । ଏଠାରେ ପିଲାମାନଙ୍କର ଅଭିଭାବକ ମଧ୍ୟ ପିଲାମାନଙ୍କ ସହିତ ରହି ଚିକିତ୍ସା କରାଇ ପାରିବେ ।  ଏହି କେନ୍ଦ୍ରରେ ଉନ୍ନତମାନର ଯନ୍ତ୍ରପାତିର ସୁବିଧା ମଧ୍ୟ କରାଯାଇଛି ।ଏହିସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଷାନ୍ତ ରାଉତ, OTDCର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like