-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲା ସ୍ତରୀୟ କଳା ପ୍ରତିଭା ପ୍ରତିଯୋଗିତା ଅନୁଷ୍ଠିତ

08-Sep-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କରୋନା ସଂକ୍ରମଣ ଏବଂ ଏଥିପାଇଁ ଜାରି ହୋଇଥିବା କଟକଣା ଯୋଗୁଁ ଦୀର୍ଘ ୨ ବର୍ଷ ଧରି ଫୁଲବାଣୀ ସହରରେ କୌଣସି ପ୍ରକାର ସାଂସ୍କୃତିକ ପ୍ରତିଯୋଗିତା କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇପାରି ନାହିଁ । ଦୀର୍ଘଦିନ ପରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ଠାରେ ଏ.କେ.ପ୍ରଡ଼କସନ୍ ପକ୍ଷରୁ ଜିଲା ସ୍ତରୀୟ କନ୍ଧମାଳ କଳା ପ୍ରତିଭା ପ୍ରତିଯୋଗିତା ଅନୁଷ୍ଠିତ  ହୋଇଯାଇଛି । ଏଥିରେ ଜିଲାର ବିିଭିନ୍ନ ଅଞ୍ଚଳ ର କଳାକାର ମାନେ ଯୋଗଦେଇ ସେମାନଙ୍କର କଳା ପ୍ରଦର୍ଶନ କରିଥିଲେ । ପୂର୍ବରୁ ବିଭିନ୍ନ ପର୍ଯ୍ୟାୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଫୁଲବାଣୀ ସଭାଗୃହ ଠାରେ ଏହାର ଶେଷ ପର୍ଯ୍ୟାୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ସଦରଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା , ବିଶିଷ୍ଟ କଣ୍ଠଶିଳ୍ପୀ ଜଳନ୍ଧର ବେହେରା , ଖଜୁରିପଡ଼ା ବ୍ଳକ ଅଧ୍ୟକ୍ଷ ବିରେନ୍ଦ୍ର କହଁର , ବରିଷ୍ଠ ଅଭିନେତା ଗୁନା ମହାପାତ୍ର , ସଙ୍ଗୀତ ନିର୍ଦ୍ଧେଶକ ସୁଶାନ୍ତ କୁମାର ସାହାଣିଙ୍କ ସମେତ ଏ.କେ.ପ୍ରଡ଼କସନ୍ ର ଅମୁଲ୍ୟ କୁମାର , ଶଶାଙ୍କ କୁମାର ଦିଗାଲ ଓ କପିଲ୍ କୁମାର ପ୍ରମୁଖ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଅଶୋକ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଙ୍ଗୀତ ପ୍ରତିଯୋଗିତାରେ ଆଦିତି ମଲିକ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ମିଟୁ ପାଲଟା ସିଂ ଦ୍ୱିତୀୟ ଏବଂ କାଜଲ୍ ବେହେରା ତୃତୀୟ ସ୍ଥାନ ଅଧିକାର କରିଥିଲେ । ସେହିଭଳି ନୃତ୍ୟ ପ୍ରତିଯୋଗିତାରେ ପୂଜା ଦିଗାଲ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ମିଟୁ ଦିଗାଲ ଦ୍ୱିତୀୟ ଏବଂ ଜନନୀ କହଁର ତୃତୀୟ ସ୍ଥାନ ଅଧିକାର କରିଥିଲେ । ଏହି

ପ୍ରତିଯୋଗିତାରେ ସଙ୍ଗୀତରେ ବିଚାରକ ଭାବେ ଅମୀର କୁମାର ସାହାଣୀ , ଡ.ଅସିତ୍ କୁମାର ନନ୍ଦ ଓ ଶ୍ରୀମତି ଜନୁଜା ମହାନ୍ତି ଏବଂ ନୃତ୍ୟରେ ବିଚାରକ ଭାବେ ଦୀପକ କୁମାର ଦିଗାଲ , ସୁଖ ରଂଜନ ସାହାଣୀ ଏବଂ ରଂଜିତ୍ କୁମାର ମୁଖୀ ଦାୟିତ୍ୱ ତୁଲାଇଥିଲେ । ପ୍ରତିଯୋଗିତାରେ ବିଜୟୀ ମାନଙ୍କୁ ମଞ୍ଚରେ ପୁରସ୍କୃତ କରାଯାଇଥିଲା । ପ୍ରତିଯୋଗିତା ପରିଚାଳନାରେ କମିଟିର ଅମୂଲ୍ୟ କୁମାର , ରଂଜିତ୍ ମୁଖୀ , ଅମିର ସାହାଣୀ , ଚିତ ରଂଜନ ସାହୁ , ସୁଶାନ୍ତ ଚିନ୍ନାରା , ଅଶୋକ ମହାନ୍ତିଙ୍କ ସମେତ ଫୁଲବାଣୀର ସମସ୍ତ ୟୁ ଟୁବର ମାନେ ସହଯୋଗ କରିଥିଲେ । ଦୀର୍ଘଦିନ ପରେ ଏଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ଯୋଗୁଁ ଅନେକ ଦର୍ଶକ ଉପସ୍ଥିତ ରହି କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like