-+91-9937148622 |
prerana_bgr@rediffmail.com |
Monday 21st September 2026 |
R.N.I. Regd No. ODIODI/2010/46693
Breaking News
19-Sep-2021
ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ରହିଛି। ବର୍ଷା ସମ୍ଭାବନା ଥିବାରୁ SRCଙ୍କ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
*ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ। କିନ୍ତୁ ରାଜ୍ୟର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।