-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁର୍ଗାପୂଜା ସଂପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

23-Sep-2021



ପୁରୀ (ସମୀର ରଞ୍ଜନ ନାୟକ )ଆସନ୍ତା ଦୁର୍ଗାପୂଜା ନିମନ୍ତେ ସମସ୍ତଙ୍କ ସହଯୋଗ ଲୋଡି  ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସମସ୍ତ ପୂଜା କମିଟି କାର୍ଯ୍ୟକର୍ତ୍ତା ମାନଙ୍କ ସହ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ।  ଗତବର୍ଷ ଭଳି ଚଳିତ ବର୍ଷ ଦୁର୍ଗାପୂଜା ପାଳନ ଅବସରରେ ସମସ୍ତ ସହଯୋଗ ଜାରି ରଖିବାକୁ ଜିଲ୍ଲାପାଳ ସମସ୍ତ କମିଟି ସଦସ୍ୟଙ୍କୁ ପରାମର୍ଶ ଦେଇଛନ୍ତି ।  ପୂଜା ମଣ୍ଡପ ତିନି ପାର୍ଶ୍ବ ବନ୍ଦ ରଖାଯିବ ଏବଂ ସମ୍ମୁଖ ପାର୍ଶ୍ବ ପରଦା ଦ୍ବାରା ଢଙ୍କା ଯିବ ।  କୌଣସି ଡାକବାଜି ଯନ୍ତ୍ର, ଶୋଭାଯାତ୍ରା, ଭୋଜିଭାତ, ମନୋରଞ୍ଜନ କାର୍ଯ୍ୟକ୍ରମ ଏବଂ ଭକ୍ତଙ୍କୁ ମଣ୍ଡପ ନିକଟରେ ପୂଜା ଓ ଦର୍ଶନ ଉପରେ କଟକଣା ଲାଗୁ ହୋଇଛି । ସେହିପରି ମୂର୍ତ୍ତି ର ଉଚ୍ଚତା ୪ ଫୁଟ ମଧ୍ୟରେ ସୀମିତ ରଖିବାକୁ ମଧ୍ୟ ପ୍ରଶାସନ ପକ୍ଷରୁ କୁହାଯାଇଛି । ପୂଜକଙ୍କ ସମେତ କେବଳ ୭ ଜଣ କର୍ମକର୍ତ୍ତାଙ୍କୁ ପୂଜା ମଣ୍ତପ ନିକଟରେ ରହିବାକୁ ଅନୁମତି ଦିଆଯିବ । ପ୍ରତ୍ୟେକଙ୍କୁ ପରିଚୟ ପତ୍ର ପ୍ରଦାନ ବ୍ୟବସ୍ଥା ସହ ମଣ୍ତପ ନିକଟରେ ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ଡଃ କେ.ବିଶାଲ ସିଂ କହିଛନ୍ତି । ସଂପୃକ୍ତ ଥାନାଧିକାରୀ ଏବଂ ପୂଜା କମିଟି ସହ ପରାମର୍ଶ ପରେ ପରିଚୟ ପତ୍ର ପ୍ରଦାନ କରାଯିବ । ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ କୋଭିଡ କଟକଣା ନେଇ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶାନାମା କଡାକଡି ପାଳନ କରିବାକୁ ଆରକ୍ଷୀ ଅଧିକ୍ଷକ ପରାମର୍ଶ ଦେଇଛନ୍ତି ।  ପ୍ରତ୍ୟେକ ମଣ୍ତପରେ ସଫେଇ ସହ ଆବଶ୍ୟକ ସ୍ଥଳେ ଆଲୋକିକରଣ ବ୍ୟବସ୍ଥା କରାଯିବ । ମଙ୍ଗଳାଘାଟ ନିକଟରେ ବିସର୍ଜନ ନିମନ୍ତେ କୃତ୍ରିମ ପୋଖରୀ ପାଖରେ ଆବଶ୍ୟକୀୟ ବନ୍ଦୋବସ୍ତ କରାଯିବ ବୋଲି ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ କହିଛନ୍ତି ।  ସେହିପରି ପରମ୍ପରା କୁ ଦୃଷ୍ଟି ରେ ରଖାଯାଇ ଶ୍ରୀମନ୍ଦିର ସମୁଖରେ ଗୋଷାଣୀ ଯାତ୍ରା ବେଳେ ଦେବ ସଭାକୁ ଅନୁମତି ଦିଆଯାଇଛି । ପ୍ରତ୍ୟେକ ପୂଜା ମଣ୍ତପ ଅଞ୍ଚଳ ପରିଦର୍ଶନ କରି କ୍ଷେତ୍ରୀୟ ରିପୋର୍ଟ  ପ୍ରଦାନ କରିବାକୁ ସଂପୃକ୍ତ ଥାନଧିକାରୀ ମାନଙ୍କୁ କୁହାଯାଇଛି । ପୂଜା ମଣ୍ଡପ ନିମନ୍ତେ ପୌରସଂସ୍ଥା ଅଞ୍ଚଳରେ ଉପ ଜିଲ୍ଲାପାଳ ଏବଂ ଅନ୍ୟ ଅଞ୍ଚଳରେ ସଂପୃକ୍ତ ତହସିଲଦାର ଅନୁମତି ପ୍ରଦାନ କରିବେ ।  ତେବେ ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ ଲାଇନ ପୂଜା ସମୟରେ କଡାକଡି ଭାବେ ପାଳନ କରିବା ପାଇଁ  ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପୂଜା ମଣ୍ଡପ କର୍ମକର୍ତ୍ତାଙ୍କୁ ପରାମର୍ଶ ଦିଆଯାଇଛି । ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ ଲାଇନ ଜାରିହେବା ପରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପୂଜା କମିଟି କର୍ମକର୍ତ୍ତାଙ୍କ ସହ ଦ୍ବିତୀୟ ଥର ପାଇଁ ଆଲୋଚନା ହୋଇଛି। ଗତ ୧୧ ତାରିଖରେ ଉପ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପଣ୍ତା, ଡେପୁଟି କଲେକ୍ଟର ଶ୍ରୀ ରାମଚନ୍ଦ୍ର ପଟ୍ଟନାୟକ, ଶ୍ରୀ ପ୍ରଶାନ୍ତ କୁମାର ଜେନା, ସଂପୃକ୍ତ ଥାନାଧିକାରୀ ଓ ବିଭିନ୍ନ ପୂଜା କମିଟିର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like