-+91-9937148622 |
prerana_bgr@rediffmail.com |
Tuesday 15th September 2026 |
R.N.I. Regd No. ODIODI/2010/46693
Breaking News
24-Sep-2021
ବିନିକା(ହିମାଂଶୁ ଶେଖର ପୁଟେଲ) ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତିମୋର୍ଚ୍ଚା ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଚଡେଇପଙ୍କ ଜଗନ୍ନାଥ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି | ଅନୁସୂଚିତ ଜାତିମୋର୍ଚ୍ଚା ଜିଲ୍ଲା ସଭାପତି ବାବୁଲୁ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଜେପି ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ର ମୁଖ୍ୟବକ୍ତା ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାକୁର ସମ୍ମାନିତ ଅତିଥି ଭାବେ ଯୋଗଦେଇ ତୃଣମୂଳ ସ୍ତରରୁ କିପରି ସଂଗଠନକୁ ସୁଦୃଢ କରାଯିବ ସେ ଉପରେ ଉପସ୍ଥିତ ବ୍ଲକର ସମସ୍ତ ମଣ୍ଡଳର ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ l