-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ: ଫଳକ ଲାଗିଛି, ହିତାଧିକାରୀଙ୍କୁ ମିଳିନି ଟଙ୍କା

15-Oct-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ଘର ଆଗରେ ଲାଗିଛି ଇନ୍ଦିରା ଆବାସ ଯୋଜନାର ଫଳକ । ଅଥଚ ହିତାଧିକାରୀ କହୁଛନ୍ତି ତାଙ୍କୁ ଏ ବାବଦରେ ଟଙ୍କାଟିଏ ବି ମିଳିନାହିଁ । ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ କହିବା ହେଲା, ମୁଁ ନୂଆରେ ଆସିଛି, ତେଣୁ କିଛି ଜାଣିନି । ଫୁଲବାଣୀ ବ୍ଲକ୍‌ କଟ୍ରିଙ୍ଗିଆ ପଞ୍ଚାୟତ କାତାକେରୀ ଗ୍ରାମରେ ଏହି ଘଟଣା ଦେଖିବାକୁ ମିଳିଛି । ଏହି ଗ୍ରାମର ଢିପାସାହିରେ ରହୁଥିବା ପୀତବାସ କହଁର ଓ ନିତ୍ୟାନନ୍ଦ କହଁରଙ୍କ ଘର ଆଗରେ ଇନ୍ଦିରା ଆବାସ ଓ ବିଜୁ ପକ୍କାଘର ଯୋଜନାର ଫଳକ ଲଗାଯାଇଛି । ଫଳକରେ ଦିଆ ଯାଇଥିବା ସୂଚନା ଅନୁଯାୟୀ, ୨୦୧୩-୧୪ ଆର୍ଥିକ ବର୍ଷରେ ଏମାନଙ୍କୁ ଘର ନିର୍ମାଣ ପଇଁ ୭୫ ହଜାର ଲେଖାଏଁ ଟଙ୍କା ଅନୁଦାନ ମିଳିଛି । ଫୁଲବାଣୀ ବ୍ଲକ୍‌ରୁ ମିଳିଥିବା ଏହି ଆର୍ଥିକ ବର୍ଷର ଆବାସ ଯୋଜନାର ତାଲିକାରେ ମଧ୍ୟ ଏହି ଦୁଇ ହିତାଧିକାରୀଙ୍କ ନାଁ ରହିଛି । ହେଲେ ଉଭୟଙ୍କୁ ଏ ବାବଦରେ ଟଙ୍କାଟିଏ ବି ମିଳିନାହିଁ । ନିତ୍ୟାନନ୍ଦଙ୍କ ଘର ଆଦୌ ତିଆରି ହୋଇନଥିବା ବେଳେ ପୀତବାସ ରହୁଛନ୍ତି ୨୦୦୪ରେ ତାଙ୍କ ବାପାଙ୍କ ଦ୍ୱାରା ନିର୍ମିତ ହୋଇଥିବା ଘରେ । ନିତ୍ୟାନନ୍ଦଙ୍କ ଝାଟିମାଟିର ଘରକୁ ଦେଖିଲେ ଫଳକରେ ଦିଆ ଯାଇଥିବା ସୂଚନା କେତେଦୂର ସତ, ତାହା ସ୍ପଷ୍ଟ ବାରି ହୋଇଯାଉଛି । ଉଭୟ ଏ ନେଇ ସ୍ଥାନୀୟ ନିର୍ବାହୀ ଅଧିକାରୀ ଓ ସରପଞ୍ଚଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ହେଲେ ସେମାନେ ଏ ବିଷୟରେ କିଛି ଜାଣିନଥିବା କହୁଛନ୍ତି । ପୀତବାସ ଓ ନିତ୍ୟାନନ୍ଦଙ୍କ କହିବା ଅନୁଯାୟୀ, ଗତ ଜୁଲାଇରେ ବ୍ଲକ୍‌ର ଜଣେ କର୍ମଚାରୀ ଆସି ସେମାନଙ୍କ ଘର ଆଗରେ ଏହି ଫଳକ ଲଗାଇନ୍ତି । ତେବେ ୨୦୧୩-୧୪ ଆର୍ଥିକ ବର୍ଷରେ ମଞ୍ଜୁର ହୋଇଥିବା ଅନୁଦାନର ଫଳକ ୨୦୨୧ରେ କାହିଁକି ମରାଗଲା ତାହା ମଧ୍ୟ ଅନ୍ୟ ଏକ ପ୍ରଶ୍ନବାଚୀ ସୃଷ୍ଟି କରୁଛି । ଉଭୟ ଏ ସମ୍ପର୍କରେ ଫୁଲବାଣୀ ବିଡିଓଙ୍କୁ ଲିଖିତ ଅଭିଯୋଗ ଦେଇଛନ୍ତି । ତେବେ ତିନି ଥର ବ୍ଲକ୍‌କୁ ଯିବା ପରେ ମଧ୍ୟ ସେମାନଙ୍କୁ କୌଣସି ସଠିକ୍‌ ତଥ୍ୟ ମିଳିନାହିଁ । ବିଡିଓ ତାଙ୍କୁ କେବଳ କିଛି ଦିନ ଅପେକ୍ଷା କରିବାକୁ କହିଛନ୍ତି ବୋଲି ପୀତବାସ କହିଛନ୍ତି । ଉଭୟଙ୍କ ବ୍ୟାଙ୍କ୍‌ ଜମାଖାତାକୁ ମଧ୍ୟ ଏ ବାବାଦରେ କୌଣସି ଟଙ୍କା ଆସିଥିବାର ମଧ୍ୟ ପ୍ରମାଣ ନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like