-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ରାଜ୍ୟ ସରକାରଙ୍କ ଘୋଷଣା - ଦୀପାବଳୀ ରେ ବିକ୍ରି ହେବନି ବାଣ, ଫୁଟିବନି ବାଣ

03-Nov-2020



ଭୁବନେଶ୍ବର (ପ୍ରେରଣା ଖବର) - ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଦୀପାବଳିରେ ବାଣବିକ୍ରି ଓ ବାଣ ଫୁଟାକୁ ନିଷେଧ ଘୋଷଣା କରିଛନ୍ତି। ନଭେମ୍ବର ୧୦ରୁ ୩୦ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଲୋକେ ଦୀପାବଳିକୁ ପାରମ୍ପରିକ ମାଟି ଦୀପ, ମହମବତୀ ଓ ଅନ୍ୟ ଆଲୋକୀକରଣ ମାଧ୍ୟମରେ ପାଳନ କରିପାରିବେ!! ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଏନେଇ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଶୀତଦିନେ ବୟସ୍କ ବ୍ୟକ୍ତି, ପିଲା, ଅନ୍ୟ ରୋଗ ଥିବା ବ୍ୟକ୍ତିମାନଙ୍କର ଶ୍ୱାସଜନିତ ସମସ୍ୟା ବୃଦ୍ଧି ପାଇଥାଏ। ପୁଣି ବାୟୁ ପ୍ରଦୂଷଣ ସାଙ୍ଗକୁ ବାୟୁମଣ୍ଡଳରେ ଭାସମାନ ଦ୍ରବ୍ୟ କଣିକାର ଅଧିକ ମିଶ୍ରଣ ଫଳରେ ଶ୍ୱାସଜନିତ ସମସ୍ୟା ଗୁରୁତର ହୋଇଥାଏ। ତେଣୁ ବାଣଫୁଟାଇବା ଯୋଗୁ ଅଧିକ ମାତ୍ରାରେ ନାଇଟ୍ରସ ଅକ୍ସାଇଡ୍‌, ସଲଫର ଡାଇଅକ୍ସାଇଡ୍ , କାର୍ବନ ମନୋକସାଇଡ୍ ପରି କ୍ଷତିକାରକ ରାସାୟନ ପଦାର୍ଥ ନିର୍ଗତ ହୋଇଥାଏ। ଯାହାକି ସମ୍ବେଦନଶୀଳ ଲୋକଙ୍କ ଶ୍ୱାସଜନିତ ସ୍ୱାସ୍ଥ୍ୟ ଉପରେ ଗଭୀର ପ୍ରଭାବ ପକାଇଥାଏ। ଗୃହରେ ସଙ୍ଗରୋଧରେ ରହିଥିବା ତଥା କୋଭିଡ୍ ସଂଗ୍ରମିତ ଥିବା ଲୋକମାନଙ୍କର ସ୍ୱାସ୍ଥ୍ୟବସ୍ଥାକୁ ଏହା ଅଧିକ ଗୁୁରୁତର କରିବାର ଆଶଙ୍କା ରହିଛି। ରାଜ୍ୟରେ ଏବେ ସକ୍ରିୟ ଥିବା କୋଭିଡ୍ ରୋଗୀଙ୍କ ସଂଖ୍ୟା ହ୍ରାସ ପାଉଥିଲେ ମଧ୍ୟ ବିପଦ ଏବେବି ରହିଛି । ଆସନ୍ତା ଶୀତ ଋତୁରେ ମହାମାରୀ ଅଧିକ ବ୍ୟାପିବାର ଆଶଙ୍କା ରହିଛି ଓ ବୈଜ୍ଞାନିକମାନେ ମଧ୍ୟ ଏଥିରେ ସହମତ ହୋଇଛନ୍ତି!! ତେଣୁ କୋଭିଡ୍ ମହାମାରୀର ପୁନଃସଂକ୍ରମଣ ଆଶଙ୍କା ଓ କୋଭିଡ୍ ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତବର୍ଷ ବାଣ ବିକ୍ରି ଓ ବାଣ ଫୁଟାକୁ ନିଷେଧ କରିଛନ୍ତି। ନଭେମ୍ବର ୧୦ରୁ ୩୦ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଯଦି କୌଣସି ବ୍ୟକ୍ତି ବାଣ ବିକ୍ରି ଓ ବାଣଫୁଟା ନିଷେଧାଦେଶକୁ ଅବମାନନା କରିବେ ତାଙ୍କ ବିରୁଦ୍ଧରେ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ ଅନୁସାରେ ମାମଲା ରୁଜୁ କରାଯିବା ସହ ଦଣ୍ଡିତ କରିବା ନିମନ୍ତେ ପୁଲିସ ଓ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସରକାର କୋଭିଡ୍ ମହାମାରୀ ବିରୁଦ୍ଧ ଲଢ଼େଇରେ ରାଜ୍ୟବାସୀଙ୍କ ପୂର୍ଣ୍ଣ ସହଯୋଗ କାମନା କରିଛନ୍ତି ବୋଲି ଶ୍ରୀ ଜେନା କହିଛନ୍ତି!!*


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like