-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||     

HOME   ଜିଲ୍ଲା

ଓଡିଶା ସାଂବାଦିକ ସଂଗଠନ ର ନିଃଶୁଳ୍କ ଅଟୋସେବା ଜଗତସିଂହପୁର ଜିଲ୍ଲାରେ ଆଜିଠୁ ଆରମ୍ଭ

25-Oct-2021



ଜଗତସିଂହପୁର(ନୃସିଂହ ବାରିକ) : ଭିନ୍ନକ୍ଷମ,ଅସହାୟ ଓ ଦୁର୍ଘଟଣାଗ୍ରସ୍ତ ଲୋକଙ୍କ ପାଇଁ ନିଃଶୁଳ୍କ ଅଟୋସେବା ଜଗତସିଂପୁର ଜିଲ୍ଲାରେ ଆରମ୍ଭ କରିଛି ଓଡିଶା ସାମ୍ବାଦିକ ସଂଗଠନ । ପର୍ଯ୍ୟାୟକ୍ରମେ ଓଡିଶାର ଅନ୍ୟ ଜିଲ୍ଲାମାନଙ୍କରେ ଏହି ସେବା କାର୍ଯ୍ୟ ଆରମ୍ଭ କରାଯିବ ବୋଲି ଓଜା ର ରାଜ୍ୟ ସଭାପତି ଅନଘ ପଣ୍ଡା ସୂଚନା ଦେଇଛନ୍ତି । ତିର୍ତୋଲ ସ୍ଥିତ ଆନନ୍ଦ ମଣ୍ଡପରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟ କାରିଣୀ ବୈଠକରେ ସଂଗଠନର ୩୦ ଜଣ ସଦସ୍ୟ  ଯୋଗ ଦେଇ ନିଜର ମତ ରଖିଥିଲେ । ଓଜାର ରାଜ୍ୟ ସଂପାଦକ ପ୍ରସନ୍ନ

କୁମାର ଦାଶ,ରାଜ୍ୟ ସଭାପତି ଅନଘ ପଣ୍ଡା, ଜଗତସିଂହପୁର ଜିଲ୍ଲା ସଭାପତି ବୀରବର ଦଳାଇ, ସଂପାଦକ ନୃସିଂହ ଚରଣ ବାରିକ,ଉପସଭାପତି ମହମ୍ମଦ୍ ସାକିର ଅଲ୍ଲୀ,ନୀଲନ ପ୍ରଭା ପାଢୀ,ଉପଦେଷ୍ଟା ଶରତ ଦାସ ଓ କୋଷାଧ୍ୟକ୍ଷ ସରୋଜ ନାୟକ ପ୍ରମୁଖ ମଞ୍ଚାସୀନ ଅତିଥି ଭାବରେ ଯୋଗଦେଇ ସଂଗଠନର ଆଗାମୀ କାର୍ଯ୍ୟ ପନ୍ଥା ସଂପର୍କରେ ବକ୍ତବ୍ଯ ରଖିଥିଲେ । ବୈଠକରେ ଯୋଗ ଦେଇଥିବା ସଦସ୍ୟମାନଙ୍କୁ ଗସ୍ତଖର୍ଚ୍ଚ ପ୍ରଦାନ କରାଯାଇଥିଲା । ଆସନ୍ତା ନଭେମ୍ବର ୨୭ ତାରିଖରେ ଭୁବନେଶ୍ଵରରେ  ହେବାକୁ ଥିବା ଓଜା ର ବାର୍ଷିକ ଉତ୍ସବ ଅବସରରେ ଆମ୍ବୁଲାନସ ସେବା ଆରମ୍ଭ ହେବ ବୋଲି ରାଜ୍ୟ ସଂପାଦକ ପ୍ରସନ୍ନ କୁମାର ଦାଶ କହିଥିଲେ ।  ସାମ୍ବାଦିକମାନଙ୍କ ସ୍ବାର୍ଥ ଓ ସୁରକ୍ଷା ପାଇଁ ଏହି ସଂଗଠନ କାର୍ଯ୍ୟ କରିବା ସହ ଜନସମାଜରେ ବିଭିନ୍ନ ସେବା ମୂଳକ କାର୍ଯ୍ୟ ମଧ୍ୟ ସଂପାଦନ   କରିଥାଏ ବୋଲି ପ୍ରକାଶ କରିଥିଲେ ଜିଲ୍ଲା ସଂପାଦକ ନୃସିଂହ ଚରଣ ବାରିକ । ଆସନ୍ତା ୨୦୨୨ ପ୍ରାରମ୍ଭରେ ସଂଗଠନ ପକ୍ଷରୁ ମାଗଣା ଶିକ୍ଷା ବ୍ୟବସ୍ଥା ପ୍ରଚଳନ କରାଯିବାକୁ ସ୍ଥିର ହୋଇଛି । ଏହି କାର୍ଯ୍ୟକାରିଣୀ ବୈଠକରେ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ପ୍ରମୋଦ ମଲ୍ଲିକ,ବିଶ୍ବପ୍ରକାସ ପରିଡା, ସାରଦା ପ୍ରସନ୍ନ ପରିଜା, ଦୈତାରୀ ଦାସ, ରଞ୍ଜିତ ମଲ୍ଲିକ, ନିରଞ୍ଜନ ବେହେରା, ଗୀତାଞ୍ଜଳି ମହାପାତ୍ର, ଅନୁପମା ସେଠୀ,ନଳିନୀକାନ୍ତ ମଲ୍ଲିକ, ଅରିକ୍ଷିତ ସ୍ବାଇଁ, ସୁବ୍ରତ ମଲ୍ଲିକ,ହରିଗୁରୁ ଦାସ,ତାପସ ସେଠୀ, ଏମ ଏସ ରାଜନ କୁମାର,ଅବଦୁଲ ନଜିମ , ମାନସ କୁମାର ସୂତାର,ଭାଗବତ ପ୍ରସାଦ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ନୀଲନ ପ୍ରଭା ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026

You Might Also Like