-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ଚନ୍ଦନଭାଟିରେ ମମିତାଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ଓ ପ୍ରତିବାଦ ସଭା, ମମିତାଙ୍କ ପରିବାର ନ୍ୟାୟ ପାଇବା ପର୍ଯ୍ୟନ୍ତ ଲଢେଇ ହେବ- ନରସିଂହ

27-Oct-2021



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ସଦର ବ୍ଲକ ସ୍ଥିତ ଚନ୍ଦନଭାଟି ପଞ୍ଚାୟତର ଆଞ୍ଚଳିତ ଭୁଲିଆ ସମାଜ ତରଫରୁ ସ୍ୱର୍ଗତ ମମିତା ମେହେରଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳିତ ସଭା ଅନୁଷ୍ଠିତ ହେବା ସହ ଏକ ପ୍ରତିବାଦ ସଭା ମଧ୍ୟ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ଭୁଲିଆ ସମାଜ ଚନ୍ଦନଭାଟି ର ସଭାପତି ମେଘରାଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଯୋଗଦେଇ ସ୍ୱର୍ଗତ ମମିତା ମେହେରଙ୍କ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ମର୍ମରେ ସେ କହିଥିଲେ ମମିିତା ମେହେର ହତ୍ୟାକାଣ୍ଡ ବର୍ତ୍ତମାନ ଜିଲ୍ଲାରୁ ରାଜ୍ୟ ଓ ରାଜ୍ୟରୁ ଯାଇ ଜାତୀୟ ସ୍ତରରେ ଚାଞ୍ଚଲ୍ୟ ସୃଷ୍ଟି କଲାଣି । ହତ୍ୟକାଣ୍ଡ ଘଟଣାମାନଙ୍କର ତର୍ଜମା କଲେ ଏହି ହତ୍ୟାକାଣ୍ଡଟି ଅତି ଲୋମହର୍ଷଣକାରୀ, ନୃଶଂସ ତଥା ଏକ ବିରଳ ହତ୍ୟାକାଣ୍ଡ ବୋଲି ସାରା ଦେଶର ଲୋକେ କହୁଛନ୍ତି । ସନ୍‌ସାଇନ ଶିକ୍ଷାନୁଷ୍ଠାନର ଅଧ୍ୟାପିକା ଥିବା ମମିତା ମେହେର ହତ୍ୟାକାଣ୍ଡରେ ଖୋଦ୍ କଲେଜର ସଭାପତି ତଥା ମାଲିକ ଗୋବିନ୍ଦ ସାହୁ ଜଡିତ ଥିବେ ବୋଲି ପ୍ରଥମେ କେହି ବିଶ୍ୱାସ କରୁନଥିଲେ । କିନ୍ତୁ ଅତି ଜଘନ୍ୟ ଭାବରେ ଗୋବିନ୍ଦ ସାହୁ ମମିତାଙ୍କୁ ହତ୍ୟା କରି ସାରିବା ପରେ ଖଣ୍ଡ ଖଣ୍ଡ କରି କାଟି ପୋଡିଦେବା ପରେ ମାଟିରେ ପୋତିଦେବା ଏହି ହତ୍ୟା ଘଟଣାକୁ ଏକ ବିରଳ ହତ୍ୟାକାଣ୍ଡ ରୂପେ ଲୋକଲୋଚନକୁ ଆଣିଛି । ଏହି ଘଟଣାରେ କେବଳ ଗୋବିନ୍ଦ ସାହୁ ନୁହେଁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ପ୍ରତ୍ୟକ୍ଷ ସଂପୃକ୍ତି ଥିବାର ପ୍ରମାଣ ମିଳୁଛି କିନ୍ତୁ ସରକାରଙ୍କ ଚାପରେ ହେଉ କିମ୍ବା ଅନ୍ୟ କିଛି ହେଉ ପୋଲିସ ତଦନ୍ତ ଠିକ୍ ବାଟରେ ଯାଉନାହିଁ । ଦେଖାଯାଉଛି ତଦନ୍ତ ଯେପରି ଯାଉଛି ଯାହା କିଛି ବି ପ୍ରମାଣ ଅଛି ସେ ସବୁ ନଷ୍ଟ ହୋଇଯିବ । ତେଣୁ ଆଜି ସାରା ରାଜ୍ୟରେ ଲୋକେ ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ପାଇଁ ସ୍ୱର ଉଠେଇବା ସହ ଏହା ନିରପେକ୍ଷ ତଦନ୍ତ ପାଇଁ ଗୃହରାଷ୍ଟ୍ର ମନ୍ତ୍ରୀ ଶ୍ରୀ ମିଶ୍ର ତୁରନ୍ତ ଇସ୍ତଫା ଦେଇ ମାନ୍ୟବର ହାଇକୋର୍ଟ କିମ୍ବା ସୁପ୍ରିମକୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏସଆଇଟି ଏହାର ତଦନ୍ତ କରୁ ବୋଲି ଦାବି ଉଠୁଛି । ତେଣୁ ସରକାର ଯେତେ ଶିଘ୍ର ହେବ ଏହାର ଏସ୍‌ଆଟି ତଦନ୍ତ କରାନ୍ତୁ ନଚେତ ରାଜ୍ୟର ମା’ ଓ ଭଉଣୀମାନେ ଆଗାମୀ ଦିନରେ ଏପରି ନାରୀ ନିର୍ଯ୍ୟାତନାକାରୀ, ନାରୀ ହତ୍ୟାକାରୀ ସରକାରଙ୍କୁ ଉଚିତ ଜବାବ ଦେବେ ବୋଲି ବିଧାୟକ ଶ୍ରୀ ମିଶ୍ର କହିଛନ୍ତି । ଆଜିର ଏହି ପ୍ରତିବାଦ ସଭାରେ ଅନ୍ୟମାନଙ୍କ ମଧ୍ୟରେ ଚନ୍ଦନଭାଟିର ସରପଞ୍ଚ ମୀନାକୁମାରୀ ଭୋଇ, ବଳରାମ ମେହେର, ଲିଙ୍ଗରାଜ ମେହେର, କପିଳେଶ୍ୱର ପାଣିଗ୍ରାହୀ, ସଂର୍କିତ୍ତନ ମେହେର, ଟୁନା ପାଣିଗ୍ରାହୀ, ନରେନ୍ଦ୍ର ମେହେର ଏବଂ ଅଜିତ ଦଲେଇଙ୍କ ସମେତ ସହଶ୍ରାଧିକ ଜନସାଧାରଣ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like