-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

କୋଭିଡ ମୁକାବିଲା ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଏଡାଇବା ପାଇଁ ସତର୍କତା ଜାରି ରଖିବା ସହିତ କୋଭିଡ ପରବର୍ତ୍ତୀ (Post-Covid Care) ଯତ୍ନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ଦୀପାବଳି କଟକଣା ତଦାରଖ ପାଇଁ ପର୍ଯ୍ୟବେକ୍ଷକ ଯିବେ ଜିଲ୍ଲା

04-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) - ଇଉରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶ ମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି ।   ଓଡିଶାରେ ଡିସେମ୍ବର ଦ୍ବିତୀୟ ସପ୍ତାହ ପରେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଆମକୁ ଏବେଠୁ ସତର୍କ ରହି କାର୍ଯ୍ୟ କରିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡାଇବାକୁ ହେଲେ ଆମକୁ କୋଭିଡ ନିୟମ ଯଥା – ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତ ଧୋଇବା ଆଦି ବ୍ୟବସ୍ଥାକୁ କଡାକଡି ଭାବରେ ଜାରି ରଖିବାକୁ ପଡିବ । ଏଥିରେ ଆଦୌ କୋହଳ କରାଯାଇପାରିବ ନାହିଁ । କାରଣ ଲକ୍‌ଡାଉନ ପରି କଠିନ ପରିସ୍ଥିତିକୁ ଏଡାଇବା ପାଇଁ ଏହାହିଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହାର କମି ଥିବାରୁ ଓ ଆରୋଗ୍ୟ ହାର ବଢୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।  ଓନାମ୍‌ ପର୍ବ ପାଳନ ପରେ କେରଳରେ ଉପୁଜିଥିବା ଅବସ୍ଥା ଏବଂ ଦିଲ୍ଲୀର ବର୍ତ୍ତମାନ ଅବସ୍ଥା ସଂପର୍କରେ ଉଦାହରଣ ଦେଇ ଆମକୁ ଅଧିକ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ଏ କ୍ଷେତ୍ରରେ ସାମାନ୍ୟ ଢିଲାପଣ ଗ୍ରହଣୀୟ ନୁହେଁ ବୋଲି  କହିଥିଲେ। 

ଗତ ପୂଜା ସମୟରେ କୋଭିଡ ନିୟମ ମାନି ଜନସାଧାରଣ ଶୃଙ୍ଖଳା ଓ  ସଂଯମତାର ସହିତ ପର୍ବ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ସମୟରେ ପ୍ରଶାସନ ଓ ପୋଲିସ କାର୍ଯ୍ୟକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ । ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରି ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ । ଦୀପାବଳି କଟକଣା ତଦାରଖ କରିବା ପାଇଁ ପର୍ଯ୍ୟବେକ୍ଷକ ମାନଙ୍କୁ ଜିଲ୍ଲାଗସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଏହି କଟକଣାକୁ କଡାକଡି ଭାବରେ କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

କୋଭିଡରେ ଆକ୍ରାନ୍ତ ବ୍ୟକ୍ତିମାନେ ସୁସ୍ଥ ହେବା ପରେ ପରବର୍ତ୍ତୀ ସମୟରେ ସେମାନଙ୍କ ଠାରେ କେତେକ ଜଟିଳ ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଉଥିବା ଜଣାପଡିଛି । ତେଣୁ ସ୍ବାସ୍ଥ୍ୟ ବିଭାଗ ପରିସ୍ଥିତି ଉପରେ ନଜର ରଖିବା ସହିତ ଉପଯୁକ୍ତ ପ୍ରୋଟୋକଲ୍‌ ପ୍ରସ୍ତୁତ କରିବା ଏବଂ ଏଥିପାଇଁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ତାଲିମ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଏତଦ୍‌ବ୍ୟତୀତ କୋଭିଡ ପରବର୍ତ୍ତୀ ସ୍ବାସ୍ଥ୍ୟର ଯତ୍ନ ସଂପର୍କରେ ବ୍ୟାପକ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

କୋଭିଡ ଜନିତ ଆର୍ଥିକ ଶିଥିଳତା ସମୟରେ ଆମର ଗରିବ ଲୋକମାନେ ଯେଭଳି ବିଶେଷ ପ୍ରଭାବିତ ନ ହେବେ, ତାକୁ ଦୃଷ୍ଟିରେ ରଖି ଜୀବିକା କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ବିଭାଗକୁ ପରାମର୍ଶ ଦେଇଥିଲେ। MGNREGA, Mission Shakti ଏବଂ Urban Wage Employment ପରି କାର୍ଯ୍ୟକ୍ରମକୁ ଜାରି ରଖିବା ସହିତ ଗରିବ ଲୋକଙ୍କ ଆର୍ଥିକ ନିରାପତ୍ତା ଯେପରି ବ୍ୟାହତ ନ ହେବ, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ବିଭିନ୍ନ ବିଭାଗକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଗତ SLBC  ବୈଠକ ସମୟରେ ମିଶନ ଶକ୍ତି, MSME ଓ ଚାଷୀ ମାନଙ୍କୁ ଠିକ୍‌ ସମୟରେ ଋଣ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ବ୍ୟାଙ୍କ ମାନଙ୍କୁ ଦେଇଥିବା ପରାମର୍ଶ ସଂପର୍କରେ ସ୍ମରଣ କରାଇ ଦେଇ ସଂପୃକ୍ତ ବିଭାଗ ମାନେ ଏହା ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ କହିଥିଲେ ।

କୋଭିଡ ପରିଚାଳନା ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିଛି ଏବଂ ହସ୍‌ପିଟାଲରେ ICU ଓ ଶଯ୍ୟା ସନ୍ତୋଷଜନର ରହିଛି ।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋଭିଡ ପରବର୍ତ୍ତୀ ଯତ୍ନ ପାଇଁ Standard Protocol  ପ୍ରସ୍ତୁତ କରିବା ପାଇଁ Taskforce  ଗଠନ କରାଯାଇଛି । ସେହିପରି ବ୍ୟାପକ ଟୀକାକରଣକୁ ଦୃଷ୍ଟିରେ ରଖି Cold chain ଓ Database କାମ ଜାରି ରହିଛି ବୋଲି ଶ୍ରୀ ତ୍ରିପାଠୀ ସୂଚନା ଦେଇଥିଲେ ।

କୋଭିଡ ପରିଚାଳନା ସଂପର୍କରେ ସ୍ବତନ୍ତ୍ର ଉପସ୍ଥାପନା କରି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର କହିଥିଲେ ଯେ ସାରା ଦେଶରେ ପ୍ରତି ୧୦ ଲକ୍ଷରେ ୮୩ ହଜାର ପରୀକ୍ଷା ହେଉଥିବା ବେଳେ, ଆମ ରାଜ୍ୟରେ ୧ ଲକ୍ଷ ୨ ହଜାର ଟେଷ୍ଟିଂ କରାଯାଇଛି । ଜାତୀୟ ସ୍ତରରେ ଆରୋଗ୍ୟ ହାର ୯୨ ପ୍ରତିଶତ ଥିବାବେଳେ, ଆମ ରାଜ୍ୟରେ ଏହା ୯୫.୩୨ ପ୍ରତିଶତରେ ପହଞ୍ଚିଛି । ମୃତ୍ୟୁ ହାର ମଧ୍ୟ ହ୍ରାସ ପାଇଁ ୦.୪୬ ପ୍ରତିଶତ ରହିଛି ।  ରାଜ୍ୟରେ ଟୀକାକରଣ କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ Steering committee ଗଠନ କରାଯାଇଥିବା ବେଳେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ Taskforce ଏବଂ ଜିଲ୍ଲାପାଳ ମାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା Taskforce ଗଠନ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଟୀକାକରଣ ନିମନ୍ତେ ୩୭୫୨ଟି ସରକାରୀ ଓ ଘରୋଇ ପ୍ରତିଷ୍ଠାନ ଚିହ୍ନଟ କରାଯାଇଥିବା ବେଳେ ୩ ଲକ୍ଷରୁ ଅଧିକ କର୍ମଚାରୀଙ୍କୁ ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ଭୁବନେଶ୍ବରରେ Sero Survey ଶେଷ ହୋଇଥିବା ବେଳେ High-risk Groupର Sero Survey ଗତ ୩ ତାରିଖିରେ ଶେଷ ହୋଇଛି । ବର୍ତ୍ତମାନ କଟକରେ Sero Survey ଚାଲିଥିବା ବେଳେ ପୁରୀ, ସମ୍ବଲପୁର ଓ ବାଲେଶ୍ବରରେ ଆଗାମୀ ଡିସେମ୍ବରରେ କରାଯିବ ବୋଲି ସୂଚନା ଦେଇଥିଲେ।

ବୈଠକରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like