-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ମହିଳା ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

29-Oct-2021



ବଲାଙ୍ଗୀର/ଲୋଇସିଂହା, (ବିନୋଦ କୁମାର ଦୀପ): ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ଼ ନିକଟସ୍ଥ ସକମା ଠାରେ ଥିବା ଯୁବୋଦୟ କଲେଜ ମହିଳା ହଷ୍ଟେଲରେ ଆତ୍ମହତ୍ୟା  କରିଥିବା ଯୁକ୍ତ ୨ ବିଜ୍ଞାନ ଛାତ୍ରୀ ଆଶା ମେହେରଙ୍କ ପରିବାର ତାଙ୍କ ଝିଅକୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି l ବରଗଡ଼ ଜିଲ୍ଲା ବୁଡେନ ଥାନା ଦହିତା ଗ୍ରାମର ମହୀରାମ ମେହେରଙ୍କ ଝିଅ ଆଶା ଯୁବୋଦୟ କଲେଜର ଯୁକ୍ତ ୨ ବିଜ୍ଞାନ ଦ୍ଵିତୀୟ ବର୍ଷର ଛାତ୍ରୀ ଥିଲେ l ଦଶହରା ଛୁଟି ସରିବା ପରେ ମାତ୍ର କିଛି ଦିନ ପୂର୍ବରୁ ସେ ଘରୁ ହଷ୍ଟେଲକୁ ଆସିଥିଲେ l ଘରୁ ଆସିବା ବେଳେ ତାଙ୍କ ସ୍ୱାସ୍ଥ୍ୟ ଠିକ ଥିବା ସହିତ ସେ ବେଶ ଖୁସି ଜଣା ପଡୁଥିଲେ l କାହାରି ସହିତ ତାଙ୍କ ଶତ୍ରୁତା ମଧ୍ୟ ନ ଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି l ହଠାତ ତାଙ୍କ ଦେହ ଖରାପ ହେବା ନେଇ ହଷ୍ଟେଲ କର୍ତ୍ତୃପକ୍ଷ ମୃତା ଛାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ l ପରିବାର ଲୋକେ ଆସିବା ପରେ ହଷ୍ଟେଲ ସିଲିଂ ଫ୍ୟାନରେ ଆଶାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ l ତେବେ ଆଶାଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ସମ୍ପର୍କୀୟ ଭାଇ ଧୀରେନ୍ଦ୍ର ମେହେର ଅଭିଯୋଗ କରିଛନ୍ତି l ଅପରପକ୍ଷରେ ପରିବାର ଲୋକଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି କଲେଜ କର୍ତ୍ତୃପକ୍ଷ l ଛାତ୍ରୀ ଜଣକ ତାଙ୍କ ସାଙ୍ଗମାନଙ୍କ ଅନୁପସ୍ଥିତିର ସୁଯୋଗ ନେଇ କୌଣସି କାରଣରୁ ହଷ୍ଟେଲ କୋଠରୀରେ ଆତ୍ମହତ୍ୟା କରିଥିବା କଲେଜ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି l ଏପରିକି ଛାତ୍ରୀଙ୍କ ଆତ୍ମହତ୍ୟା ଖବର ଜଣାପଡିବା ପରେ ସଙ୍ଗେ ସଙ୍ଗେ ସ୍ଥାନୀୟ ପୋଲିସ ଓ ମୃତା ଛାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଥିବା କଲେଜ ନିର୍ଦ୍ଦେଶକ ଅମ୍ବରିଶ ଦାସ ପ୍ରକାଶ କରିଛନ୍ତି l ଏଥିସହିତ ନିରପେକ୍ଷ ତଦନ୍ତ ପାଇଁ ପୋଲିସକୁ ସମସ୍ତ ପ୍ରକାର ସହଯୋଗ କରାଯାଉଛି ବୋଲି ସେ ଗଣମାଧ୍ୟମ ସମ୍ମୁଖରେ ସୂଚନା ଦେଇଥିଲେ l  ଲୋଇସିଂହା ପୋଲିସ ଏ ନେଇ କେସ ନଂ-25/2021ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଥିବା ଜଣାଯାଇଛି l ଅପରପକ୍ଷରେ ଛାତ୍ରୀ ଆତ୍ମହତ୍ୟା ଘଟଣା ପରେ ହଷ୍ଟେଲରେ ରହୁଥିବା ଅନ୍ୟ ଛାତ୍ରୀମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି l ଅଭିଭାବକ ମାନେ ତାଙ୍କ ପିଲାଛୁଆଙ୍କୁ ହଷ୍ଟେଲରୁ ଘରକୁ ନେଇ ଯାଉଥିବା ଦେଖିବାକୁ ମିଳିଛି l ହଷ୍ଟେଲରେ କେତେଛାତ୍ରୀ ରହୁଥିଲେ ସେ ନେଇ କର୍ତ୍ତୃପକ୍ଷ କୌଣସି ସୂଚନା ଦେବାକୁ ମନା କରିବା ବେଳେ ପ୍ରାୟ 50 ରୁ ଅଧିକ ଛାତ୍ରୀ ହଷ୍ଟେଲ ଛାଡି ସୁରକ୍ଷିତ ମନେ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like