-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଖରିଫ ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ

29-Oct-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ  ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ଡିସେମ୍ବର  ମାସ 06 ତାରିଖ ରୁ ଖରିଫ ଧାନ କ୍ରୟ  ପ୍ରକ୍ରିୟା ଆରମ୍ଭ ହେବ l ଏଥି ନିମନ୍ତେ ଜିଲ୍ଲାର 103 ଗୋଟି ମଣ୍ଡି ଜରିଆରେ ଯୋଗାଣ ନିଗମ ଧାନ କ୍ରୟ କରିବ l ଖରିଫ  ଧାନ କ୍ରୟ  ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ, ମାତ୍ର ଏକର ପ୍ରତି କେତେ ପରିମାଣରେ ଧାନ କିଣାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କ୍ରୟ କମିଟି ନିଷ୍ପତ୍ତି ଗ୍ରହଣ କଲାପରେ ଜଣାପଡିବ l ଧାନ କ୍ରୟ ପାଇଁ ସୁବର୍ଣ୍ଣପୁର ଜିଲ୍ଲାରେ 5 ଗୋଟି ନିୟନ୍ତ୍ରିତ ବଜାର କମିଟି ଯଥା ଡୁଙ୍ଗୁରିପାଲି -4, ଓ ବୀରମହାରାଜପୁର -1 ଅଧୀନରେ ଧାନ କ୍ରୟ ନିମନ୍ତେ ମଣ୍ଡି ଖୋଲିବ l ଗତ ବର୍ଷ 114 ଗୋଟି ମଣ୍ଡି ଖୋଲାଯାଇଥିବାବେଳେ ଚଳିତ ବର୍ଷ  103 ଗୋଟି ମଣ୍ଡିରେ ଧାନ କିଣାଯିବ l ମଣ୍ଡି ଗୁଡିକ ରବିବାର ବ୍ୟତୀତ  ସପ୍ତାହକ 6 ଦିନ ଖୋଲା ରହିବl ସହିତ ସକାଳ 7ଘଣ୍ଟା ରୁ ଅପରାହ୍ନ 1 ଘଣ୍ଟା ପର୍ଯ୍ୟନ୍ତ ଧାନ କିଣାଯିବ l ଚଳିତ ବର୍ଷ ଖରିଫ  ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର 64500 ଜଣ ଚାଷୀ ପଂଜିକୃତ ହୋଇଥିବା ଏବଂ ତନ୍ମଧ୍ୟରୁ 63858 ଜଣ ଚାଷୀ ଭେଳିଡିସନ ହୋଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l ସମସ୍ତ ମଣ୍ଡି ଗୁଡିକରେ କୌଣସି ପ୍ରକାର ଅସୁବିଧା କୁ ସମ୍ମୁଖୀନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀ ଙ୍କ ପାଇଁ ଆଶ୍ରୟସ୍ଥଳ ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ଖରିଫ ଧାନ ବିକ୍ରୟ କୁ ସହଜ ଓ ସୁବିଧାରେ କରିପାରିବ ସେଥିପାଇଁ ଜିଲ୍ଲାର ଚାଷୀଙ୍କୁ ଆବଶ୍ୟକ ସଚେତନ କରାଇବା ନିମନ୍ତେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ସମ୍ପୃକ୍ତ  ବିଭାଗୀୟ ଅଧିକାରୀ ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଛି,  ପୁନଶ୍ଚ କରୋନା ର ଦ୍ଵିତୀୟ ଲହର ଚାଲୁଥିବାବେଳେ ପ୍ରତ୍ୟେକ ମଣ୍ଡି ପରିସରରେ ସରକାରଙ୍କ ଦ୍ୱାରା ନିର୍ଦେଶିତ କୋଭିଡ ଗାଇଡଲାଇନ ର  ଅନୁପାଳନକୁ ଶତପ୍ରତିଶତ ପାଳନ କରିବାକୁ ସମ୍ପୃକ୍ତ ବିଭାଗ କୁ ବୈଠକରେ ପରାମର୍ଶ ଦିଆଯାଇଛି l ଉପସ୍ଥିତ ଚାଷୀ ପ୍ରତିନିଧି ଓ ମିଲର୍ସ ଙ୍କ ତରଫରୁ ଚଳିତ ବର୍ଷ ରବି ଧାନ କ୍ରୟ ସମୟରେ ଓ ପରେ ଉପୁଜିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିବା ଓ  ଚଳିତ ବର୍ଷ ତ୍ରୁଟି ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ବଦେବl ସହ ଖରିଫ ଧାନ କ୍ରୟ କୁ ସୁ ବ୍ୟବସ୍ଥିତ କରାଯିବlକୁ ମାନ୍ୟବର ମନ୍ତ୍ରୀ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ ସଂସ୍ଥା ଙ୍କୁ ଦେଇଥିଲେ l ଏହି ଗୁରୁତ୍ୱପୂର୍ଣ ଜିଲ୍ଳା ସ୍ତରୀୟ  କ୍ରୟ କମିଟି ବୈଠକରେ ମାନ୍ୟବର ମନ୍ତ୍ରୀ ପରିବହନ, ଯୋଜନା ଓ ସମନ୍ୱୟ  ଶ୍ରୀଯୁକ୍ତ ପଦ୍ମନାଭ ବେହେରା  ଯୋଗଦାନ କରି ଜିଲ୍ଲାରେ ଚାଷ ଓ ଚାଷୀ ର ଗୁରୁତ୍ୱାରୋପ କରିବାସହ ଜିଲ୍ଲାରେ ଖରିଫ ଧାନ କ୍ରୟ ପ୍ରକ୍ରିୟା କୁ ସୁବ୍ୟବସ୍ଥିତ ଓ ସୁଚାରୁରୂପେ ପରିଚାଳନା କରିବା ଉପରେ ପ୍ରଶାସନ ତଥା ସମ୍ପୃକ୍ତ ବିଭାଗ କୁ  ପରାମର୍ଶ ଦେଇଛନ୍ତି l ଏହି ବୈଠକରେ ଜିଲ୍ଳା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଉଷା କୁମାରୀ  ଯୋଗଦାନ କରି ମିଲର୍ସ ଓ ଚାଷୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ପୂର୍ବକ ଖରିଫ ଧାନ କ୍ରୟ  ଉପରେ ଗୁରୁତ୍ୱ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲପାଳ , ଉପଜିଲ୍ଲାପାଳ ସୋନପୁର ଓ ବୀରମହାରାଜପୁର, ସମ୍ପାଦକ ନିୟନ୍ତ୍ରିତ ବଜ଼ାର କମିଟି, ଜିଲ୍ଳା ସମବାୟ ଉପନିବନ୍ଧକ ସୁବର୍ଣ୍ଣପୁର,ମାନ୍ୟବର ସାଂସଦ ଙ୍କ ପ୍ରତିନିଧି,  ଜିଲ୍ଲା ଚାଷୀ ସଂଗଠନ ର କର୍ମକର୍ତ୍ତା, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ଅଂଶ ଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ l ବୈଠକରେ ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ସଭା ପରିଚାଳନା କରିଥିବାବେଳେ ଶ୍ରୀ ପବିତ୍ର କୁମାର ସାହୁ  ମୁଖ୍ୟ ଯୋଗାଣ ଅଧିକାରୀ ସ୍ୱାଗତ କରିବା ସହ ଅଧ୍ୟକ୍ଷ୍ୟ ଙ୍କ ଅନୁମତିରେ ବିବରଣୀ ପାଠ କରି ସଭା ଶେଷ ରେ  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like