-+91-9937148622 |
prerana_bgr@rediffmail.com |
Saturday 26th September 2026 |
R.N.I. Regd No. ODIODI/2010/46693
Breaking News
05-Nov-2021
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ଅଣ ସଂକ୍ରାମକ ରୋଗ ବିଷୟରେ ବ୍ୟାପକ ଜନ ସଚେତନତା ସୃଷ୍ଟି ପାଇଁ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ଅଡିଓ ଭିଜୁଆଲ ଭ୍ୟାନର ଶୁଭାରମ୍ଭ ହୋଇଯାଇଛି । ଆଜି ଡାକ୍ତର ରାମ ଶଙ୍କର ତ୍ରିପାଠୀ ଉପସ୍ଥିତ ରହି ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଏଭି ଭ୍ୟାନର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିପିଏମ ଅଶୋକ ମିଶ୍ର, ଆୟୁଷ ଡାକ୍ତର ପ୍ରମୋଦ ମେହେର, ଫାର୍ମାଶିଷ୍ଟ ଅଞ୍ଜଲି ଛାତରିଆ, ଦେବାଶିଷ ମିଶ୍ର ପ୍ରମୂଖ ଉପସ୍ଥିତ ଥିଲେ l
ସୂଚନାଯୋଗ୍ୟ ଯେ ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଗାମୀ କିଛିଦିନ ପାଇଁ ଏହି ଭ୍ୟାନଟି ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ବିଭିନ୍ନ ଗ୍ରାମ ବୁଲି ସାପ୍ତାହିକ ହାଟ ଅଂଚଳରେ ଭିଡିଓ ସୋ' ମାଧ୍ୟମରେ ଜନସଚେତନତା ସୃଷ୍ଟି କରିବାର କାର୍ଯ୍ୟକ୍ରମ ରହିଛି।