-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ମହାନଗର

୧୪ ଦିନିଆ ନ୍ୟାୟିକ ହେପାଜତରେ ଅର୍ଣ୍ଣବ ଗୋସ୍ବାମୀ

05-Nov-2020



ମୁମ୍ବାଇ, (ପ୍ରେରଣା ଖବର) - ୨୦୧୮ ମସିହାରେ ଜଣେ ୫୩ ବର୍ଷୀୟ ଇଣ୍ଟେରିଅର ଡିଜାଇନର ଓ ତାଙ୍କ ମାଆଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିବା ଅଭିଯୋଗରେ ରିପବ୍ଲିକ୍‌ ଟିଭି ଏଡିଟର ଇନ ଚିଫ୍ ଅର୍ଣ୍ଣବ ଗୋସ୍ବାମୀଙ୍କ ସମେତ ତିନିଜଣଙ୍କୁ ମହାରାଷ୍ଟ୍ରର ରାଇଗଡ଼ ପୋଲିସ ବୁଧବାର ଗିରଫ କରିଥିଲା। ଏବେ ମାମଲାର ଶୁଣାଣି କରି ମହାରାଷ୍ଟ୍ରର ଅଲିବାଗସ୍ଥିତ ଅଦାଲତ ଅର୍ଣ୍ଣବଙ୍କୁ ୧୪ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ତାଙ୍କ ସହ ଗିରଫ ହୋଇଥିବା ଫିରୋଜ ସେଖ୍‌ ଓ ନୀତେଶ ସାରଦାଙ୍କୁ ମଧ୍ୟ ୧୪ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି।

ସୂଚନା ମୁତାବକ, ନଭେମ୍ବର ୧୮ପର୍ଯ୍ୟନ୍ତ ୩ଜଣଙ୍କୁ ନ୍ୟାୟିକ ହେପାଜତରେ ରଖି ପୋଲିସ ପଚରାଉଚରା କରିବ। ଅର୍ଣ୍ଣବ ଗୋସ୍ବାମୀଙ୍କ ଓକିଲଙ୍କ ସୂଚନା ମୁତାବକ, ସେ ଜାମିନ ପାଇଁ ଆବେଦନ କରିିଥିବାବେଳେ ତଦନ୍ତ କରୁଥିବା ଅଫିସରଙ୍କୁ ଏ ନେଇ ଜବାବ ଦେବାକୁ ଅଲିବାଗ ଅଦାଲତ କହିଛନ୍ତି।

ସୂଚନାଯୋଗ୍ୟ, କନ୍‌କର୍ଡ ଡିଜାଇନ୍‌ ପ୍ରା.ଲି. ନାମକ ଏକ ଆର୍କିଟେକ୍ଟ ଫାର୍ମର ପରିଚାଳନା ନିର୍ଦ୍ଦେଶକ ଅନଭୟ ନାଏକଙ୍କର ଏକ ଷ୍ଟୁଡିଓ ନିର୍ମାଣ ବାବଦକୁ ଅର୍ଣ୍ଣବଙ୍କଠାରୁ ୮୩ ଲକ୍ଷ ଟଙ୍କା ପାଇବାକୁ ଥିଲା। ସେହିପରି ଅନ୍ୟ ଦୁଇଟି କମ୍ପାନୀ ଆଇକାଷ୍ଟ/ସ୍କାଇମିଡିଆ ଓ ସ୍ମାର୍ଟ ୱାର୍କସ୍ ମଧ୍ୟ ସେମାନଙ୍କ ବକେୟା ପରିଶୋଧ କରିନଥିଲେ। ଏହି ତିନି କମ୍ପାନୀ ମୋଟ ୫ କୋଟି ୪୦ ଲକ୍ଷ ଟଙ୍କା ବାକି ରଖିଥିଲେ। ଏଥିଯୋଗୁଁ ଆଲିବାଗ୍‌ର କବୀର ଗ୍ରାମସ୍ଥିତ ନିଜ ଫାର୍ମହାଉସ୍‌ରେ ଅନଭୟ ଓ ତାଙ୍କ ମାଆ ଆତ୍ମହତ୍ୟା କରିଥିବା ଜଣାପଡ଼ିଥିଲା। ପୋଲିସ ସେଠାରୁ ଏକ ସୁଇସାଇଡ୍‌ ନୋଟ୍‌ ଉଦ୍ଧାର କରିଥିଲା। ସେଥିରେ ଅନଭୟ ସ୍ପଷ୍ଟ ଲେଖିଥିଲେ ଯେ ଉପରୋକ୍ତ ତିନି କମ୍ପାନିରୁ ତାଙ୍କ ବକେୟା ନମିଳିବାରୁ ସେ ଓ ତାଙ୍କ ମାଆ ଆତ୍ମହତ୍ୟା ପରି ଚରମ ନିଷ୍ପତ୍ତି ନେବାକୁ ବାଧ୍ୟ ହୋଇଥିଲେ। ଅନଭୟଙ୍କ ପତ୍ନୀ ଅକ୍ଷତଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା। ବୁଧବାର ସକାଳ ପ୍ରାୟ ୬ଟାବେଳେ ୱର୍ଲିସ୍ଥିତ ଏକ କୋଠାର ସତର ମହଲାରେ ରହୁଥିବା ଅର୍ଣ୍ଣବଙ୍କୁ ପୋଲିସ ନାଟକୀୟ ଢଙ୍ଗରେ ଗିରଫ କରିଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like