-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ସଡକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ ଉଦ୍‌ଘାଟିତ, ରାଜ୍ୟସ୍ତରରେ ଏଭଳି ତାଲିମ କାର୍ଯ୍ୟକ୍ରମ ପ୍ରଥମ, ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (First Responder) ପାଇବେ ତାଲିମ-ଦୁର୍ଘଟଣା ର ଶୀକାର ହୋଇଥିବା ଲୋକଙ୍କ ଜୀବନ ବଞ୍ଚାଇ ବା ଠାରୁ ପୁଣ୍ୟ ଆଉ କିଛି ନାହିଁ

10-Nov-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି।  

ରାଜ୍ୟ ପରିବହନ ବିଭାଗ ଦ୍ବାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (First Responder)  ତାଲିମ ପାଇବେ। ୩୦୦ ପ୍ରଶିକ୍ଷକ ରାଜ୍ୟର ୩୦ଟି ଜିଲ୍ଲାରେ ୩୦ ସପ୍ତାହ ପାଇଁ ତାଲିମ ପ୍ରଦାନ କରିବେ । ଏହାଦ୍ବାରା ସଡକ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତି ମାନଙ୍କୁ ତୁରନ୍ତ ସହାୟତା ଓ ଚିକିତ୍ସା ମିଳିପାରିବ ଓ ଅନେକ ଜୀବନ ବଞ୍ଚାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଶାପ୍ରକାଶ କରିଛନ୍ତି ।  

  କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣା  କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ। ଏହା ସମାଜର କ୍ଷତି । ଅର୍ଥନୀତିର ମଧ୍ୟ ବଡ କ୍ଷତି। ତେଣୁ ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର ବୋଲି ସେ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏ କ୍ଷେତ୍ରରେ ଡ୍ରାଇଭର ମାନଙ୍କର ଯେତିକି ଦାୟିତ୍ବ, ସଡକ ବ୍ୟବହାର କରୁଥିବା ବ୍ୟକ୍ତିର ମଧ୍ୟ ସେତିକି ଦାୟିତ୍ବ । ତା ସହିତ ଦୁର୍ଘଟଣା ସ୍ଥଳରେ ଥିବା ଅନ୍ୟ ଲୋକମାନଙ୍କର ମଧ୍ୟ ବିଶେଷ ଦାୟିତ୍ବ ରହିଛି। ତେଣୁ ସେମାନେ ସାମାନ୍ୟ ସହଯୋଗ କଲେ, ଅନେକ ଜୀବନ ରକ୍ଷା ହୋଇପାରିବ ଓ ଅନେକ ପରିବାର ଦୁର୍ଦ୍ଦିନରୁ ରକ୍ଷା ପାଇପାରିବେ ବୋଲି ସେ କହିଥିଲେ।

  ତାଲିମ ବ୍ୟବସ୍ଥା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ହେଉଛନ୍ତି ଜଣେ ଜଣେ ଉତ୍ତମ ନାଗରିକ (Good Samaritan)। ଦୁର୍ଘଟଣାର ପ୍ରଥମ ଏକ ଘଣ୍ଟା ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ଆମେ ଯଦି ତୁରନ୍ତ ଚିକିତ୍ସା କରିବା, ତେବେ ଆମେ ଅନେକ ଜୀବନ ରକ୍ଷା କରିପାରିବା ବୋଲି ସେ କହିଥିଲେ। 

ବିପଦରେ ଥିବା ଲୋକର ଜୀବନ ବଞ୍ଚାଇବା ଠାରୁ ବଡ ପୁଣ୍ୟ କିଛି ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣାର ଶିକାର ହେଉଥିବା ଲୋକ ମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି । ଏହାସହିତ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ମାନଙ୍କର ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ।ସଡକ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ଏ ଉଦ୍ୟମରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । 

  ବିଭିନ୍ନ ଅଣ-ସରକାରୀ ସଂଗଠନ (NGO) ମାନେ ସଡକ ଦୁର୍ଘଟଣା ସମୟରେ ତୁରନ୍ତ ସହାୟତା ଯୋଗାଇଦେବା ଓ ସଚେତନତା ସୃଷ୍ଟି କ୍ଷେତ୍ରରେ ଯେଉଁ ଉଦ୍ୟମ କରୁଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କର ଏହି ଉଦ୍ୟମ ସଫଳ ହେବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

  ଏହି ତାଲିମ କାର୍ଯ୍ୟକ୍ରମ ପାଇଁ ପରିବହନ ବିଭାଗକୁ ଧନ୍ୟବାଦ ଦେବା ସହିତ ରାଜ୍ୟସ୍ତରରେ ଏଭଳି କାର୍ଯ୍ୟକ୍ରମ ପ୍ରଥମ ବୋଲି କହିଥିଲେ । ତାଲିମ କାର୍ଯ୍ୟକ୍ରମ ଶେଷ ହେବା ପରେ ସଡକ ସୁରକ୍ଷା କ୍ଷେତ୍ରରେ ବହୁତ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଭିନ୍ନ ସ୍ବେଚ୍ଛାସେବୀ, ରେଡକ୍ରସ ଓ ଅନ୍ୟାନ୍ୟ ସଂସ୍ଥା ମାନଙ୍କୁ ମୁଖ୍ୟମନ୍ତ୍ର ଧନ୍ୟବାଦ ଦେଇ ଜୀବନ ରକ୍ଷା କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଲୋଗୋ ଉନ୍ମୋଚନ କରିବା ସହିତ ଏହାର ୱେବସାଇଟ OPTICS ଉଦ୍‌ଘାଟନ କରିଥିଲେ ।  ତାଲିମରେ ଯୋଗ ଦେଇଥିବା first responder ମାନଙ୍କୁ କିଟ୍‌ ଓ ଟି-ସାର୍ଟ ବଣ୍ଟନ କରିଥିଲେ ।

  ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା ସଡକ ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

  ବିଭାଗୀୟ ପ୍ରମୁଖ ସଚିବ ଶ୍ରୀ ମଧୁସୂଦନ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପରିବହନ କମିଶନର ଶ୍ରୀ ଅରୁଣ ବୋଥ୍ରା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like