-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଖରିଫ ଧାନକିଣା ପ୍ରସ୍ତୁତି ବୈଠକ: ନଭେମ୍ବର ୨୯ରୁ ଆରମ୍ଭ ହେବ ଧାନ କିଣା

12-Nov-2021



ବଲାଙ୍ଗିର, ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଖରିଫ ଧାନକିଣା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଖରିଫ ଋତୁ ପାଇଁ ଆସନ୍ତା ୨୯ ନଭେମ୍ବରରୁ ଜିଲ୍ଲା ତମାମ ଧାନ କିଣା ପ୍ରକ୍ରିୟା ଆରମ୍ଭ ହେବା ନେଇ ସର୍ବସମ୍ମତି ପ୍ରକାଶ ପାଇଛି । ଜିଲ୍ଲାପାଳ ଚଂଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ସରୋଜ ମେହେର, ସାଂସଦ ପ୍ରତିନିଧି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ, ଲୋଇସିଂହା, ଟିଟିଲାଗଡ ବିଧାୟକଙ୍କ ପ୍ରତିନିଧି, ସଇଂସଦ ପ୍ରତିନିଧି, ପାଟଣାଗଡ ଓ ଟିଟିଲାଗଡ ଉପଜିଲ୍ଲାପାଳ ସମେତ । ଯୋଗାଣ, କୃଷି, ସମବାୟ, ଏଫ୍‌ସିଆଇ, ଚାଷୀ ପ୍ରତିନିଧି, ମିଲ ମାଲିକମାନେ ଉପସ୍ଥିତ ଥିଲେ । ବୈଠକ ପ୍ରାରମ୍ଭରୁ, ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତେ୍ୱ ଗତ ୩ ବର୍ଷ ହେଲା ବଲାଙ୍ଗିର ଜିଲ୍ଲାରେ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ଚାଷୀଙ୍କ ଠୁ ଆଉ ଧାନ କିଣୁ ନଥିବା ନେଇ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ତିବ୍ର ଅସନ୍ତୋଷ ପ୍ରକାଶ କରିଥିଲେ । ଏଣୁ ଏଫ୍‌ସିଆଇ ଅଧିକାରୀ ନିଶ୍ଚିତ ଭାବରେ ଅଦାଲତ ଅବମାନନା ଅଭିଯୋଗର ସମ୍ମୁଖୀନ ହେବେ ବୋଲି ଶ୍ରୀ ମିଶ୍ର କହିଥିଲେ ସେ ଆହୁରି କହିଥିଲେ ଯେ ବୈଠକର ମୁଖ୍ୟ ଉଦ୍ଦେଶ୍ୟ ହେଲା ଧାନ କିଣା କେଉଁମାନେ କିଣିବେ । ଧାନକିଣାରେ ମିଲର୍ସଙ୍କ ଭୂମିକା, ଧାନିକିଣା ଜାଗାରେ ଚାଷୀ ସମ୍ମୁଖିନ ହେଉଥିବା ଅଭାବ ଅସୁବିଧା ସମାଧାନ ପାଇଁ ଆଜି ନିଷ୍ପତ୍ତି ନିଆଯିବ । ମାତ୍ର ଦୁଃଖର ବିଷୟ ଯୋଗାଣ ଅଧିକାରୀଙ୍କ ବିବରଣୀ କହୁଛି ଯେ, ଧାନକିଣାକୁ ନେଇ ଅନେକ କିଛି ପୂର୍ବରୁ ନିର୍ଦ୍ଧାରିତ ହୋଇସାରିଛି । ତେଣୁ ଏହା ଏହି ବୈଠକରେ ଉପସ୍ଥିତ ଲୋକ ପ୍ରତିନିଧି ଓ ସଦସ୍ୟମାନେ କଣ ରବର ଷ୍ଟାମ୍ପ ବୋଲି ସେ ପ୍ରଶ୍ନ କରିବା ସହ ଏହି ଘଟଣାକୁ ମୁଁ ବିରୋଧ କରୁଛି ବୋଲି ସ୍ପଷ୍ଟ ଭାବେ ଲିପିବଦ୍ଧ କରାଯାଉ ବୋଲି କହିଥିଲେ । ସେହିପରି ପାଟଣାଗଡ ବିଧାୟକ ସରୋଜ ମେହେର କହିଥିଲେ ଯେ, ଧାନ କିଣା ସମୟରେ ମିଲର୍ସମାନଙ୍କ ପ୍ରାଦୁର୍ଭାବ ଦେଖିବାକୁ ମିଳୁଛି । ପ୍ୟାକ୍ସମାନଙ୍କରେ ଧାନ ସଂଗ୍ରହ ପାଇଁ କୌଣସି ବ୍ୟବସ୍ଥା ନଥିବା ବେଳେ ଚାଷୀମାନଙ୍କ ଧାନ ଚୋରି ମଧ୍ୟ ହେଉଥିବା ଅଭିଯୋଗ ହେଉଛି । ତେଣୁ ଧାନକିଣା ପ୍ରକ୍ରିୟା ଶତ ପ୍ରତିଶତ ସିସି ଟିଭି ଦ୍ୱାରା ରେକର୍ଡ ହେବା ଆବଶ୍ୟକ ବୋଲି ସେ ମତବ୍ୟକ୍ତ କରିଥିଲେ । ବିଧାୟକ ପ୍ରତିନିଧିମାନେ କଟନି ଛଟନି, ଧାନର ମାନ, ସଂଗ୍ରହର ବ୍ୟବସ୍ଥା, ଚାଷୀଙ୍କ ପାଇଁ ସୁବିଧା, ଧାନବସ୍ତାକୁ ନେଇଥିବା ସମସ୍ୟା ଉପରେ ପ୍ରଶାସନ ଠିକ୍‌ ହିସାବରେ ଚାଷୀଙ୍କ ହିତରେ କାମ କରୁ ବୋଲି ମତ ରଖିଥିଲେ । ଉପସ୍ଥିତ ସିଏସଓ ଓ ଏଆରସିଏସ୍‌ ଉକ୍ତ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲ୍ଲା  ପ୍ରଶାସନ ତରଫରୁ କରାଯାଇଥିବା ବିଭିନ୍ନ ବ୍ୟବସ୍ଥାର ସବିଶେଷ ବିବରଣୀ ପ୍ରଦାନ କରିଥିଲେ । ଏଵର୍ଷ ବଲାଙ୍ଗୀର ଜିଲ୍ଲାରେ ୨୬୫୫୫ ଜଣ ଚାଷୀ ପଞିକୃତ ହୋଇଛନ୍ତି ଵିଭିନ ପେକ୍ସ ଓ ଏସଏଚଜି ମାଧ୍ୟମରେ ନଭେମ୍ବର ୨୯ ରୁ ୧୫୮ ଟି ପେକ୍ସ ଓ ୧୪ଟି ଏସଏଚଜି ମାଧ୍ୟମରେ ଧାନ କିଣା ଆରମ୍ଭ କରାଯିବ lଏଵର୍ଷ ସାଧାରଣ ଏଫେଏ କ୍ୟୁ ଧାନ ର ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି  ୧୯୪୦ ଓ ଗ୍ରେଡ, ଏଏଫେଏକ୍ୟୁ ଧାନ ର ମୁଲ୍ୟ କୁଇଣ୍ଟାଲ ପ୍ରତି ୧୯୬୦ ଧାର୍ଯ୍ୟ କରାଯାଇଛି l ସର୍ଵ ସମତି କ୍ରମେ, ଧାନ କ୍ରୟ, ବିକ୍ରୟ ସୁଚନା ସମ୍ବନ୍ଧୀୟ ସଚେତନତା ପାଇଁ ଆରଏମସି ସମ୍ପାଦକମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି    ।  ପରେ ପରେ ଆସନ୍ତା ନଭେମ୍ବର ୨୯ ତାରିଖରୁ ଧାନ କିଣା ଆରମ୍ଭ ହେବ ବୋଲି ଜିଲ୍ଲାପାଳ ଚଞ୍ଚଳ ରାଣା ଘୋଷଣା କରିଥିଲେ । ଶେଷରେ ଶ୍ରୀ ଵିକ୍ରମ ମାଝି ଜିଲ୍ଲା ଯୋଗାଣ ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like