-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ହରେକୃଷ୍ଣ ଭୋଇଙ୍କୁ ଦେବଗିରି ସମ୍ମାନ ଲିପ୍‌ସାମୟୀଙ୍କୁ ଯୁବ, ସୁରେଶଙ୍କୁ ସାହିତ୍ୟ ସମ୍ମାନ

12-Nov-2021



ନର୍ଲା (ସଞ୍ଜୀବ ଦାସ) ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁ୍‌ଷ୍ଠାନର ୨୯ତମ ବାର୍ଷିକ ଉତ୍ସବ ତଥା କୁମାରସ୍ୱାମୀ ମହୋତ୍ସବ ଆସନ୍ତା ୧୭ରୁ ୧୯ ତାରିଖ ଯାଏଁ ଆୟୋଜିତ ହେବ । ଏହି ଅବସରରେ ବିଭିନ୍ନ ବିଭାଗରେ ଏବର୍ଷର ସମ୍ମାନ ଘୋଷଣା କରାଯାଇଛି । ବିଶିଷ୍ଟ ସଂସ୍କୃତିବିତ୍ ତଥା ସଂଗଠକ ହରେକୃଷ୍ଣ ଭୋଇଙ୍କୁ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ‘ଦେବଗିରି ସମ୍ମାନ’ ପ୍ରଦାନ କରାଯିବ । ନର୍ଲା ବ୍ଲକ୍ ମାଣ୍ଡେଲ ଗ୍ରାମରେ ଜନ୍ମିତ ଶ୍ରୀ ଭୋଇ ଜଣେ ସଂସ୍କୃତି ସଂଗଠକ ଭାବରେ ସାରା ଦେଶରେ ପରିଚିତ । ପୂର୍ବରୁ ସେ ସଂସ୍କାର ଭାରତୀର ଜିଲ୍ଲା ଓ ରାଜ୍ୟ ନେତୃତ୍ୱ ନେଇ ସଫଳ ହୋଇଥିବା ବେଳେ ସଂପ୍ରତି ସର୍ବଭାରତୀୟ ଲୋକକଳା ଟୋଲିର ସଦସ୍ୟ ଅଛନ୍ତି ।ଦେଶର ବିଭିନ୍ନ ସ୍ଥାନରେ ସାମାଜିକ, ସାଂସ୍କୃତିକ, ଛାତ୍ର ସଂଗଠନରେ ମଧ୍ୟ ସେ ଅଗ୍ରଣୀ ଭୂମିକା ନେଇଛନ୍ତି । ସେହିପରି  ରାଜ୍ୟର ପ୍ରଥମ ଅଧ୍ୟାପିକା ପର୍ବତାରୋହୀ ସୁଶ୍ରୀ ଲିପ୍‌ସାମୟୀ ଦୁବେଙ୍କୁ ଦେବଗିରି ଯୁବ ସମ୍ମାନ ପ୍ରଦାନ କରାଯିବ । ରାଜ୍ୟର ବିଭିନ୍ନ ପତ୍ରପତ୍ରିକାରେ ତାଙ୍କ କବିତା ପ୍ରକାଶିତ ହେବାସହ ବିଭିନ୍ନ କ୍ଷୁଦ୍ର ଚଳଚ୍ଚିତ୍ରରେ ଅଭିନୟ କରି ସେ ଲୋକପ୍ରିୟ ହୋଇପାରିଛନ୍ତି ।

ବିଶିଷ୍ଟ କବି ସୁରେଶ ସାଗରଙ୍କୁ ଏବର୍ଷର ଦେବଗିରି ସାହିତ୍ୟ ସମ୍ମାନ ପ୍ରଦାନ କରାଯିବ । ‘ଅଜ୍ଞାତବାସ’, ‘ଅନ୍ତରଙ୍ଗ ଆକାଶ’ ଆଦି କବିତା ସଂକଳନର ସ୍ରଷ୍ଟା ଶ୍ରୀ ସାଗରଙ୍କ କବିତାରେ ଥାଏ ସ୍ୱପ୍ନ, ପ୍ରେମ ଓ ଜୀବନବୋଧର କଥା । ସେହିପରି ଦେବଗିରି ଶିକ୍ଷା ସମ୍ମାନ ପାଇବେ ନର୍ଲାରୋଡ଼ ଜୟଦୁର୍ଗା ହାଇସ୍କୁଲ୍‌ର ବରିଷ୍ଠ ଶିକ୍ଷକ, ବିଜ୍ଞାନ ଲେଖକ ତଥା ଗବେଷକ ସନ୍ତୋଷ କୁମାର କର । ଅନେକ ଜାତୀୟ ସ୍ତରୀୟ ବିଜ୍ଞାନ ପରିଯୋଜନାରେ ସେ ସଦସ୍ୟ ରହିଥିବା ବେଳେ ଜାତୀୟ ଓ ଅନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ପରିଚାଳନା କରିଛନ୍ତି । ବିଶିଷ୍ଟ ସମାଜସେବୀ ଦୀପକ ରଂଜନ ସାହୁଙ୍କୁ ଚଳିତ ବର୍ଷର ଦେବଗିରି ସମାଜସେବା ସମ୍ମାନ ପ୍ରଦାନ କରାଯିବ । ଜୁନାଗଡ଼ ନିବାସୀ ଶ୍ରୀ ସାହୁ ନିଜସ୍ୱ ଅଙ୍ଗଦାନ କରିବା ସହ ରକ୍ତଦାନ, ଗରିବ ପିଲାଙ୍କୁ ପାଠପଢ଼ାରେ ସାହାଯ୍ୟ, ବୃକ୍ଷରୋପଣ, ଆଦିବାସୀ ଅଧ୍ୟୁଷିତ ଅଂଚଳରେ ବସ୍ତ୍ର ବଣ୍ଟନ ଆଦି କାର୍ଯ୍ୟ ନିୟମିତ ଭାବେ କରିଆସୁଛନ୍ତି । ସଂପ୍ରତି ଓଡ଼ିଶା ସରକାରଙ୍କ ନାନୋ ୟୁନିକର୍ନ୍ ପ୍ରକଳ୍ପରେ ଅବୈତନିକ ସଦସ୍ୟ ଭାବେ ଯୁବ ଉଦ୍ୟୋଗୀମାନଙ୍କୁ ମାର୍ଗଦର୍ଶନ କରୁଛନ୍ତି । ଏହି ଅବସରରେ ଭାରତୀୟ ସେନାରେ କାର୍ଯ୍ୟରତ ଯବାନ୍ ଭୂପେନ୍ଦ୍ର ଦୀପଙ୍କୁ ଦେବଗିରି ଦେଶସେବା ସମ୍ମାନ ଏବଂ ବିଶିଷ୍ଟ ନାଟ୍ୟକାର, ନିର୍ଦ୍ଦେଶକ ତଥା ଘୁମୁରା ଗୁରୁ କୈଳାସ ଚନ୍ଦ୍ର ନାଏକଙ୍କୁ ଦେବଗିରି ନାଟ୍ୟ ସମ୍ମାନ ପ୍ରଦାନ କରାଯିବ । କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ବୁଢ଼ୀପଦରଠାରେ  ହେବାକୁଥିବା ମହୋତ୍ସବରେ ଉକ୍ତ ପ୍ରତିଭାମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ଏହି ଅବସରରେ ପାରଂପରିକ ଲୋକଗୀତ, ଲୋକନୃତ୍ୟ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି ଅନୁଷ୍ଠାନର ସଭାପତି ସଂଜୟ ଧଙ୍ଗଡ଼ାମାଝୀ ଓ ସାଧାରଣ ସଂପାଦକ ସୁନୀଲ ଧଙ୍ଗଡ଼ାମାଝୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like