-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିନିକା ଆଦର୍ଶ ବିଦ୍ୟାଳୟ,କୋଠାଘର ଅସମ୍ପୂର୍ଣ୍ଣ ପିଲାଏ ପଡିବେ ବିନିକା ହାଇସ୍କୁଲରେ

13-Nov-2021



ବିନିକା(ହିମାଂଶୁ ଶେଖର ପୁଟେଲ) କୋଭିଡ କଟକଣା ଯୋଗୁଁ ବନ୍ଦ ରହିଥିବା ୬ଓ୭ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ୍ ଆଉ ଦୁଇଦିନ ପରେ ଅର୍ଥାତ ନଭେମ୍ବର ୧୫ତାରିଖରେ ଖୋଲିବାକୁ ଯାଉଛି l ପାଠପଢା ନେଇ ଛାତ୍ରଛାତ୍ରୀ ମହଲରେ ଉତ୍କଣ୍ଠାର ବାତାବରଣ ସୃଷ୍ଟି କରିଛି l ସରକାରୀ/ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକ ଏନିକି କୋଳାହଳରେ ପ୍ରକମ୍ବିତ ହେବାକୁ ଯାଉଥିବା ବେଳେ ଶିକ୍ଷାଦାନ ଦେବାରୁ ବଞ୍ଚିତ ଶିକ୍ଷକ/ଶିକ୍ଷୟତ୍ରୀ ମହଲରେ ମଧ୍ୟ ଏନେଇ ଉତ୍ସାହ ପରିଲକ୍ଷିତ ହୋଇଛି । ଅଧ୍ୟୟନରତ ପାଇଁ ତର ତର ଛାତ୍ରଛାତ୍ରୀ ଶିକ୍ଷାଦାନ ସକାଶେ ଯିଏ ଯାହାର  ସ୍କୁଲକୁ ପାଦ ଦେବାପାଇଁ ପ୍ରସ୍ତୁତ ହେଉଥିବା ବେଳେ ଗତ ୨ବର୍ଷ ହେଲା ବିନିକାର ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ ନିକଟ

ଐତିହସିକ ତାରାପୁର ଗଡ ଠାରେ ୫ବର୍ଷ ହେଲା ନିର୍ମାଣ ଚାଲିଥିବା ଆଦର୍ଶ ବିଦ୍ୟାଳୟ କାମ ଏବେବି ଅସମ୍ପୂର୍ଣ୍ଣ ରହିଥିବାରୁ ନୁଆଁ କରି ଯୋଗଦାନ କରିବାକୁ ଯାଉଥିବା ଛାତ୍ରଛାତ୍ରୀ ମାନେ ଉକ୍ତ ବିଦ୍ୟାଳୟରେ ପାଦ ନ ପକାଇ ବିନିକା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନ କରିବେ ବୋଲି ଅଭିଭାବକ ସମ୍ବିଳନି ରେ ନିଷ୍ପତି ନିଆଯାଇଛି । ସୂଚନା ଯୋଗ୍ୟଯେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତର ଉନ୍ନତି ସକାଶେ ରାଜ୍ୟ ସରକାର ଆଦର୍ଶ ବିଦ୍ୟାଳୟ ମାନ ବିଭିନ୍ନ ସ୍ଥାନରେ ନିର୍ମାଣ କରିଛନ୍ତି l କିନ୍ତୁ ଅତ୍ୟନ୍ତ ପରିତାପର ବିଷୟ ଏଠାରେ ନିର୍ମାଣାଧୀନ ଆଦର୍ଶ ବିଦ୍ୟାଳୟ ଦୀର୍ଘ ବର୍ଷ ହେଲା ନିର୍ମାଣ ଚାଲିଥିଲେ ହେଁ ଅଦ୍ୟାବଧି ସମ୍ପୁର୍ଣ୍ଣ ହୋଇ ନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । କୋଭିଡ ଯୋଗୁଁ ସ୍କୁଲ ବନ୍ଦ ଥିବା ଏବଂ କୋଠାଘର ନଥିବାରୁ ଉକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ନିକଟସ୍ଥ ଉଲୁଣ୍ଡା ଆଦର୍ଶ ବିଦ୍ୟାଳୟ ସହିତ ଟେକଅପ କରି ଅନଲାଇନ ମାଧ୍ୟମରେ କ୍ଲାସ କରି ଆସୁଥିଲେ । ହେଲେ କାହାର ନେଟୱର୍କ ସମସ୍ୟା ଯୋଗୁଁ ଅଧିକାଂଶ ଛାତ୍ରଛାତ୍ରୀ ଅନଲାଇନ କ୍ଲାସ୍ ରୁ ବଞ୍ଚିତ ହୋଇଛନ୍ତି ।ତେବେ ସେ ଯାହାବି ହେଉ ଆଜି ବିନିକା ବିଇଓ ଶଶିଭୂଷଣ ସେଠୀଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଟିତ ସମ୍ବିଲନି ରେ ସମସ୍ତ ଅଭିଭାବକ/ଅଭିଭାବିକା ଯୋଗଦେଇ ନିଜ ନିଜ ମତ

ରଖିଥିଲେ । ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ସୌମ୍ୟ ରଞ୍ଜନ କ୍ଷେତୀ ଛାତ୍ରଛାତ୍ରୀଙ୍କ ପାଠପଢା ନିୟମ ସହ ନିୟମିତ ଭାବରେ କ୍ଲାସ କରିବା ଦିଗରେ ସୂଚନା ଦେଇଥିଲେ । ହାଇସ୍କୁଲ ର ପ୍ରଧାନ ଶିକ୍ଷକ ନୀଳାଚଳ ମେହେର ଆଦର୍ଶ ଛାତ୍ରଛାତ୍ରୀଙ୍କ ପାଠପଢା ଦିଗରେ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି କହିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ମିତେଶ ଦଣ୍ଡସନା,ଶଙ୍କର୍ଷଣ ମେହେର ଛାତ୍ରଛାତ୍ରୀଙ୍କ ଶିକ୍ଷାଦାନ ଉପରେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like