-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ଦାଦନ ଖଟିବାକୁ ଯାଇ ପାଞ୍ଚ ମାସ ହେବ ସୋମନାଥ ନିଖୋଜ : ଭୋକ ଉପାସରେ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର ଲୋକେ : ତଦନ୍ତ ଦାବୀ

13-Nov-2021



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳରେ ସରୁନି ଦାଦନ ଦୁଃଖ l ଶିଳ୍ପ ବିହୀନ କନ୍ଧମାଳ ଜିଲ୍ଲାରେ କାମଧନ୍ଦା ଅଭାବରୁ ପେଟପାଟଣା ପାଇଁ ବାହାର ରାଜ୍ୟ ଆନ୍ଧ୍ର ପ୍ରଦେଶ, କେରଳ, ଚେନ୍ନାଇ, ଓ ବେଙ୍ଗୁଲୁରକୁ ଦାଦନ ଖଟିବାକୁ ଯାଉଛନ୍ତି ଲୋକେ। ହେଲେ ଦୁଃଖର ବିଷୟ କିଏ ଶବ ହୋଇ ଫେରୁଛି ତ ଆଉ କିଏ ବାହାର ରାଜ୍ୟରେ ଶାରିରୀକ ନିର୍ଯାତନାର ଶିକାର ହେଉଛନ୍ତି। ବିଭିନ୍ନ ସମୟରେ ବେଆଇନ ମାନବ ଚାଲାଣ ହେଉଛି। ଏପରିକି ନାବାଳିକା ଓ ମହିଳାଙ୍କୁ ଚାଲାଣ କରାଯାଇ ସେଠାରେ ଖରାପ କାମରେ ନିୟୋଜିତ କରାଯାଉଛି l ସଚେତନତା ଅଭାବରୁ ହେଉ ଅବା ପ୍ରଶାସନ କାମଧନ୍ଦା ଯୋଗାଇ ଦେବାରେ ଅକ୍ଷମ ଯୋଗୁଁ ଦଲାଲମାନେ ସକ୍ରିୟ ହେଉଛନ୍ତି l ପ୍ରଲୋଭନ ଦେଖାଇ ସେମାନଙ୍କୁ ଅକଥନୀୟ ନିର୍ଯାତନା ଦିଆଯାଉଛି l ଏହିଭଳି ଏକ ଘଟଣା ସାମ୍ନାକୁ ଆସିଛି ବାଲିଗୁଡା ଥାନା ଅନ୍ତର୍ଗତ ଗୁଳିମରା ସାହିରେ। ଗୁଳିମରା ସାହିର ସୋମନାଥ ପୂଜାରୀ ଓରଫ ଶମ୍ବୁ ପୂଜାରୀ ନାମକ ଜଣେ ଶ୍ରମିକ ଦାଦନ ଖଟିବାକୁ ଯାଇ ଦୀର୍ଘ ପାଞ୍ଚ ମାସ ହେବ ନିଖୋଜ ଅଛନ୍ତି। ସୋମନାଥଙ୍କର କୌଣସି ସନ୍ଧାନ ମିଳୁନାହିଁ l ମିଳିଥିବା ସୂଚନା ଅନୁସାରେ, ଗତ ଜୁଲାଇ ୧ ତାରିଖ ଦିନ ଗୁଳିମରା ସାହିର ସନ୍ତୋଷ ମଙ୍ଗରାଜ ନାମକ ଜଣେ ଦଲାଲ ବିଭିନ୍ନ ପ୍ରଲୋଭନ ଦେଖାଇ ସୋମନାଥଙ୍କୁ ଆନ୍ଧ୍ର ପ୍ରଦେଶକୁ ନେଇ ଯାଇଥିଲା। ପୁଣି ଦୁଇ ଦିନପରେ ସୋମନାଥ

ଗାଁକୁ ଫେରୁଥିବା ବେଳେ ଗୁଣ୍ଡୁର ରେଳ ଷ୍ଟେସନରେ ନିଖୋଜ ହୋଇଛି ବୋଲି ଖବର ଦେଇଥିଲା l ସୋମନାଥଙ୍କ ପରିବାର ଲୋକେ ସୋମନାଥଙ୍କୁ ଖୋଜି ଆଣିଦିଅ ବୋଲି ସନ୍ତୋଷକୁ କହିଥିଲେ। ହେଲେ ଦଲାଲ ସନ୍ତୋଷ ମଙ୍ଗରାଜ ପରିବାର ଲୋକଙ୍କୁ ଧମକ ଚମକ ଦେଇଥିବା ଅଭିଯୋଗ ହେଉଛି l ସୋମନାଥଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ମଧ୍ୟ ତାଙ୍କ ପରିବାର ଲୋକେ ଅଭିଯୋଗ କରୁଛନ୍ତି। ଏନେଇ ସୋମନାଥ ପୂଜାରୀଙ୍କ ସ୍ତ୍ରୀ ସବିତା ପୂଜାରୀ ବାଲିଗୁଡା ଥାନାରେ ଏତଲା ଦେଇଥିଲେ l ତେବେ ତଦନ୍ତରେ ପୋଲିସ ଅବହେଳା କରୁଥିବା ନେଇ ଅଭିଯୋଗ କରିଛନ୍ତି lଏନେଇ ବାଲିଗୁଡା ଥାନା ଅଧିକାରୀ ବାବା ଶଙ୍କର ସରାଫଙ୍କୁ ଫୋନଯୋଗେ ପଚାରିବାରୁ ସେ କହିଛନ୍ତି ଯେ, ନିଖୋଜ ବ୍ୟକ୍ତି ଫୋନ ଧରୁନଥିବାରୁ ସମସ୍ୟା ସୃଷ୍ଟି ହୋଇଛି। ଉକ୍ତ ଘଟଣାର ତଦନ୍ତ ଚାଲିଛି। ସନ୍ତୋଷ ମଙ୍ଗରାଜକୁ ଡାକି ପଚରାଉଚରା କରାଯାଇ ଖୁବଶୀଘ୍ର ଉଦ୍ଧାର ପାଇଁ ପ୍ରୟାସ କରାଯିବ l ଏପଟେ ଶମ୍ବୁପୂଜାରୀ ପରିବାରର ଜଣେ ମାତ୍ର ରୋଜଗାରକ୍ଷମ ବ୍ୟକ୍ତି ହୋଇଥିବାରୁ ପରିବାର ଚଳିବା ମୁସ୍କିଲ ହୋଇପଡିଛି। ପରିବାର ଲୋକେ ଭୋକ ଉପବାସରେ ସୋମନାଥଙ୍କ ଫେରିବା ବାଟକୁ ଚାହିଁ ରହିଛନ୍ତି l ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ବିଭିନ୍ନ ମହଲରେ ଦାବି ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like