-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଜାତୀୟ ପ୍ରେସ ଦିବସ ପାଳିତ : ସମାଜକୁ ପ୍ରଭାବିତ ନ କରି ସମାଜ ର ହିତ ପାଇଁ ଗଣମାଧ୍ୟମ କାର୍ଯ୍ୟ କରୁ- ଏଡିଏମ ସୁବର୍ଣ୍ଣପୁର

16-Nov-2021



ସୋନପୁର,(ମନୋରଞ୍ଜନ ତ୍ରିପାଠୀ) : ଆଜି ଦିନ 10.30 ଘ ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି l ଜିଲ୍ଲା ସାମ୍ବାଦିକ ସଂଘ ସମ୍ପାଦକ ,ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ବ୍ଯୋମକେଶ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ  ବିଗତ କରୋନା ମହାମାରୀ ଏକ ମାୟାବୀ ଯୁଦ୍ଧ ଥିଲା କିନ୍ତୁ ଏହାର ପରବର୍ତୀ ସମୟରେ ପ୍ରଶାସନ ଓ ଗଣମାଧ୍ୟମ ର  ଭୂମିକା ଦାୟିତ୍ୱ କର୍ତ୍ତବ୍ୟ କଣ  ରହିବା ଉଚିତ ଏହା ଉପରେ ଗୁରୁତ୍ୱାରୋପ କରିଥିଲେ l ଏବଂ ସମାଜ କୁ ନକାରାତ୍ମକ ଦିଗ ରେ ପ୍ରଭାବିତ ନ କରି ଏହାର  ହିତ ପାଈଁ  କାର୍ଯ୍ୟ କରିବାକୁ ପରାମର୍ଶ କରିଥିଲେ l ଏବଂ ସମ୍ମାନୀତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ନିଶି ପୁନମ୍ ମିଞ୍ଜ୍, ବକ୍ତା ଭାବେ ଓଡିଶା ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ  ସୁବର୍ଣ୍ଣପୁର ଶାଖା ସମ୍ପାଦକ ନିରଞ୍ଜନ ମିଶ୍ର, ଏବଂ ମୁଖ୍ୟ ବକ୍ତା ଭାବେ ଦୈନିକ ସମାଜ ଜିଲ୍ଲା ପ୍ରତିନିଧି ସ୍ଵାଧୀନ କୁମାର ମେହେର ଯୋଗଦାନ କରିଥିଲେ I ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର  ଭୋଇ ସ୍ଵାଗତ ସମ୍ଭାଷଣ ଦେଇ ସମସ୍ତଙ୍କୁ ସ୍ଵାଗତ କରିଥିଲେ I ପ୍ରେସ କାଉନସିଲ ଅଫ୍ ଇଣ୍ଡିଆ ତରଫରୁ ଏ ବର୍ଷ ପ୍ରେସ ଦିବସ ଉପଲକ୍ଷେ ବାର୍ତ୍ତାଥିଲା - ମହାମାରୀ ସମୟରେ ଗଣମାଧ୍ୟମ, ଏକ ନୂତନ ଆହ୍ଵାନ I ଅତିଥିମାନେ ଏବଂ ବକ୍ତାମାନେ ଏହା ଉପରେ ବିଷଦ ଭାବରେ ନିଜର ମତାମତ ରଖିବା ସହିତ ଉପସ୍ଥିତ ସମସ୍ତ ସାମ୍ବାଦିକ ମାନଙ୍କୁ ନିରପେକ୍ଷ ଓ ନିର୍ଭୀକ ଭାବରେ ନିଜର କର୍ତ୍ତବ୍ଯ ସମ୍ପାଦନ କରିବା ପାଇଁ ଆହ୍ଵାନ

ଦେଇଥିଲେ l  ସଭାରେ ଅଂଶ ଗ୍ରହଣ କରିଥିବା ସମସ୍ତ  ସାମ୍ବାଦିକ ଏବଂ ଅତିଥି ମାନଙ୍କ ମଧ୍ୟରେ ଏକ ଭାବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ରିପୋର୍ଟର ମାନେ ସେମାନଙ୍କ କରୋନା କାଳର ଅଭିଜ୍ଞତା ଏବଂ ନିଜର ବିଭିନ୍ନ ଅସୁବିଧା ଜିଲ୍ଲା ପ୍ରଶାସନର ଦୃଷ୍ଟିକୁ ଆଣିଥିଲେ I ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶ୍ରୀ ଗୋରେଖନାଥ ସାହୁଙ୍କ ଅନୁପସ୍ଥିତି ରେ ତାଙ୍କ ପ୍ରେରିତ ଶୁଭେଚ୍ଛା ବାର୍ତ୍ତା ପଠନ କରାଯାଇଥିଲା I ସଭାର ସଭାପତି ଶ୍ରୀ ବ୍ୟୋମକେଶ ଦାଶ କରୋନା ମହାମାରୀ କାଳରେ ଜିଲ୍ଲା ର  ସାମ୍ବାଦିକ ମାନଙ୍କର ସକ୍ରିୟ ଭୂମିକାକୁ ପ୍ରଶଂସା କରିବା ସହିତ ସେମାନଙ୍କ କର୍ତ୍ତବ୍ୟ ସମ୍ବନ୍ଧରେ ସଚେତନ କରିଥିଲେ I ଶେଷରେ ଓଡିଶା ସାମ୍ବାଦିକ ସଂଘ, ସୁବର୍ଣ୍ଣପୁର ଶାଖା  ଜିଲ୍ଲା ସଭାପତି ମନୋରଞ୍ଜନ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମ କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିଦ୍ୟାପତି ପଣ୍ଡା ସଂଯୋଜନା କରିଥିଲେ l ଆଜିକାର ଏହି ସଭାରେ ଜିଲ୍ଲାର ସମସ୍ତ ଛଅଟି ବ୍ଲକର ଶତାଧିକ ସାମ୍ବାଦିକ ଯୋଗଦାନ କରିଥିବା ବେଳେ ସାମ୍ବାଦିକ ଶେଷଦେବ ବାରିକ, ଦିଲ୍ଲୀପ ପାତ୍ର, ବନମାଳୀ ପୋଢ଼, କୁଶ ବଘାର, ଧ୍ରୁବରାଜ ମିଶ୍ର, ବିନୟ ରଞ୍ଜନ ପ୍ରଧାନ ପ୍ରମୁଖ ନିଜ ନିଜର ଅଭିଜ୍ଞତା ବାଣ୍ଟିବା ସହ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like