-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ମହାନଗର

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ବୃହତ ଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା

20-Nov-2021



ପୁରୀ-(ସମୀର ରଞ୍ଜନ ନାୟକ) : ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସବର୍ମାଙ୍କ ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପର କାର୍ଯ୍ୟକାରିତାର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଗଞ୍ଜାମ ଜିଲ୍ଲାର ୫୫ଟି ଗ୍ରାମ ଓ ପୁରୀ ଜିଲ୍ଲାର ଚିଲିକା ପାର୍ଶ୍ବରେ ଥିବା କୃଷ୍ଣପ୍ରସାଦ ବ୍ଲକର ୧୪ଟି ପଞ୍ଚାୟତର ୯୨ଟି ଗ୍ରାମ ଏହି ପ୍ରକଳ୍ପ ଦ୍ବରା ଉପକୃତ ହେବେ ।  ବସୁଧା ଯୋଜନା ମାଧ୍ୟମରେ ଋଷିକୁଲ୍ଯା ନଦୀର କଂସାରୀ ଗଣ୍ତରୁ ପାଣି ଆଣି ବିଶୁଦ୍ଧ ପିଇବା ପାଣି ଯୋଗାଇବା ନିମନ୍ତେ ଏହି ବୃହତ ପାନୀୟ ଜଳ ପ୍ରକଳ୍ପକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୃଷ୍ଣପ୍ରସାଦ ଠାରେ ପ୍ରାଥମିକତା ଭିତ୍ତିରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପର ଅଗ୍ରଗତି ସଂପର୍କରେ ରାମଲେଙ୍କା, ବଜ୍ରକୋଟ, ମାଲୁଦ, ବୁଦ୍ଧିବର, ବଡଅଁଳ, ସିଆଳ, ସିଆଣ୍ତି, କୃଷ୍ଣପ୍ରସାଦ, ଅଲଣ୍ତା, ତିତିପ, ଗୋମୁଣ୍ତିଆ, ବଡଝାଡ, ଚିଲିକା ନୂଆପଡା ଓ ବ୍ରହ୍ମପୁର ପଞ୍ଚାୟତର ୯୨ଟି ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଚାଲୁଥିବା ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଶ୍ରୀ ଦାସବର୍ମା ସମୀକ୍ଷା କରିଛନ୍ତି । ବଡଅଁଳ, ବଡ ଖଟିଆକୁଦି, କୃଷ୍ଣପ୍ରସାଦର ପାଇକ ସାହି, ସାନଅଁଳ ଓ କୁରୁପାଳ ଗ୍ରାମକୁ ପିଇବା ପାଣି ଯୋଗାଇବା ନିମନ୍ତେ ସୃଷ୍ଟି ସମସ୍ୟାର ତ୍ବରିତ ସମାଧାନ କରିବା ପାଇଁ ଶ୍ରୀ ଦାସବର୍ମା ପରାମର୍ଶ ଦେଇଛନ୍ତି । ଅଲଣ୍ତା ଓ ସିଆଣ୍ତି ପଞ୍ଚାୟତର ଅଲଣ୍ତା ଓ ସିଆଣ୍ତି ଗ୍ରାମର ପିଇବା ପାଣି ପ୍ରକଳ୍ପ ଶୀଘ୍ର ଶେଷକରି ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ନିମନ୍ତେ ବୈଠକରେ ନିଷ୍ପତ୍ତି ହୋଇଛି । ଏହି ଅବସରରେ ଶ୍ରୀ ଦାସବର୍ମା ୧୧ଟି ପଞ୍ଚାୟତର କ୍ଷେତ୍ର ପରିଦର୍ଶନ କରି ନିର୍ମାଣଧିନ ଥିବା ସମସ୍ତ ଓଭରହେଡ ଟ୍ୟାଙ୍କ କାର୍ଯ୍ୟର ଅଗ୍ରଗତି ସଂପର୍କରେ ଅନୁଧ୍ୟାନ କରିବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ବୈଠକରେ ପରାମର୍ଶ ଦେଇଛନ୍ତି । ଉକ୍ତ ପାନୀୟ ଜଳ ପ୍ରକଳ୍ପ କୃଷ୍ଣପ୍ରସାଦର ଉଚ୍ଚାକାଂକ୍ଷୀ ପ୍ରକଳ୍ପ ହୋଇଥିବାରୁ ଓ ପାନୀୟ ଜଳକୁ ନେଇ ଥିବା ଦୀର୍ଘକାଳୀନ ସମସ୍ୟାର ସମାଧାନ ହେବାକୁ ଯାଉଥିବାରୁ ଏହି ପ୍ରକଳ୍ପର ସଫଳତା

ନିମନ୍ତେ ଶ୍ରୀ ଦାସବର୍ମା ସମସ୍ତ ନିର୍ବାଚିତ ପ୍ରତିନିଧି ଓ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି । ଏହି ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସର୍ବୋଚ୍ଚଯନ୍ତ୍ରୀ ଶ୍ରୀ ସର୍ବେଶ୍ବର ବାରିକ, ଉପ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ସର୍ବେଶ୍ବର ମହାପାତ୍ର, ପୁରୀ ଜିଲ୍ଲା ପାନୀୟ ଜଳ ଓ ପରିମଳ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଅଭିମନ୍ୟୁ ବାରିକ, ସଂପୃକ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।  ପ୍ରକଳ୍ପକୁ ନେଇ ସ୍ଥାନ ବିଶେଷରେ ସୃଷ୍ଟି ହୋଇଥିବା ସମସ୍ୟାର ସମାଧାନ ପାଇଁ କୃଷ୍ଣପ୍ରସାଦ ତହସିଲଦାର ଶ୍ରୀ ଉଲ୍ଲାସ ଚନ୍ଦ୍ର ସେଠୀ ଓ କୃଷ୍ଣପ୍ରସାଦ ଥାନଧିକାରୀଙ୍କୁ ତ୍ବରିତ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like