-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ମତ୍ସ୍ଯ ଦିବସ ପାଳନ ଅବସରରେ ସଫଳ ଚାଷୀଙ୍କୁ ପୁରସ୍କୃତ କଲେ ଜିଲ୍ଲାପାଳ

21-Nov-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା):  ଆଜି ବିଶ୍ୱ ମତ୍ସ୍ୟ ଦିବସ । ନୟାଗଡ଼ ଡିଆରଡିଏ ରେ ଥିବା ସୃଜନ ସମ୍ମିଳନୀ କକ୍ଷରେ ବିଶ୍ୱ ମତ୍ସ୍ୟ ଦିବସ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଡ଼ ପୋମା ଟୁଡୁ ଯୋଗ ଦେଇଥିଲେ । ଜିଲ୍ଲାପାଳ ମହୋଦୟା ପ୍ରଦୀପ ପ୍ରଜ୍ବଳନ କରି ବିଶ୍ବ ମତ୍ସ୍ୟ ଦିବସ ଉତ୍ସବକୁ ଉଦଘାଟନ କରିଥିଲେ । ବାୟୋଫ୍ଲକ୍ ମତ୍ସ୍ୟ ଚାଷ ଉପରେ ଗୁରୁତ୍ୱ ଦେବା ସହ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନେ କିଭଳି ମାଛ ଚାଷ କରୁଛନ୍ତି ତାହା ଉପରେ ବକ୍ତବ୍ୟ ରଖିଥିଲେ। ସାରା ରାଜ୍ୟରେ ମତ୍ସ୍ୟ ଚାଷ କ୍ଷେତ୍ରରେ ଓଡ଼ିଶା ଏବେ ଅଗ୍ରଣୀ ଭୂମିକା ଗ୍ରହଣ କରିଛି । ମତ୍ସ୍ୟ ଚାଷ ଦ୍ୱାରା ବହୁ ଲୋକ ସ୍ୱାବଲମ୍ବୀ ହୋଇଛନ୍ତି । ସମ୍ମାନୀତ ଅତିଥି ଭାବେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ ଉପସ୍ଥିତ ରହି କେଜ୍ କଲଚର ମାଧ୍ୟମରେ ମାଛ ଚାଷ କରିବାକୁ ବର୍ତ୍ତମାନ ବହୁ ଚାଷୀ ଆଗ୍ରହ ପ୍ରକାଶ କରିଛନ୍ତି ବୋଲି ପ୍ରକାଶ କରିଥିଲେ । ମତ୍ସ୍ୟ ଚାଷ କରିବା ପାଇଁ ମଧ୍ୟ ସଚେତନ କରାଯାଉଛି । ସମସ୍ତ ଚାଷୀ ମତ୍ସ୍ୟ ଚାଷ ଉପରେ ଗୁରୁତ୍ୱ ଦେବାକୁ ବକ୍ତବ୍ୟ ରଖିଥିଲେ । ରାଜ୍ୟ ସରକାରଙ୍କ ପକ୍ଷରୁ ମତ୍ସ୍ୟ ଚାଷୀ ଓ ତାଙ୍କ

ପରିବାରକୁ ସହାୟତା ଯୋଗାଇ ଦେଇଆସୁଛନ୍ତି । ଜିଲ୍ଲାର ୮ ଗୋଟି ବ୍ଲକର ମତ୍ସ୍ୟ ଚାଷ କରି ସଫଳ ମାଛ ଚାଷୀଙ୍କୁ ଜିଲ୍ଲାପାଳ ସମ୍ବର୍ଦ୍ଧନା କରିଥିଲେ । ଏଥି ସହିତ ଗୋଟିଏ ସ୍ୱୟଂସହାୟକ ଗୋଷ୍ଠୀକୁ ସମ୍ବର୍ଦ୍ଧନା କରାଯାଇଥିଲା । ଭାପୁର ବ୍ଲକର ସଫଳ ମତ୍ସ୍ୟ ଚାଷୀ ରତ୍ନାକର ସାମନ୍ତରାୟ, ଓଡ଼ଗାଁ ବ୍ଲକର ସନ୍ତୋଷ ସାହୁ, ଖଣ୍ଡପଡ଼ା ବ୍ଲକର ନରେନ୍ଦ୍ର ଜେନା, ରଣପୁର ବ୍ଲକର ସ୍ୱରାଜ କୁମାର ମହାନ୍ତି, ନୟାଗଡ଼ ବ୍ଲକର କୃଷ୍ଣଚନ୍ଦ୍ର ପରିଡ଼ା, ଦଶପଲ୍ଲା ବ୍ଲକର ଯୁଧିଷ୍ଠିର ପ୍ରଧାନ, ନୂଆଗାଁ ବ୍ଲକର ସୁଧାଂଶୁ ଶେଖର ସାହୁ, ଗଣିଆ ବ୍ଲକର ପ୍ରଦୀପ କୁମାର ସାହୁଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । ସେହିପରି ଭାବେ ମା’ ଶୁଳିଆ ଠାକୁରାଣୀ ସ୍ୱୟଂ ସହାୟକ ଗୋଷ୍ଠୀର ସନ୍ତୋଷିନୀ ବେହେରାଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । ଏହି ଉତ୍ସବରେ ଉଦ୍ୟାନ ବିଭାଗର ଅଧିକାରୀ ମୁରଲୀଧର ରାଉତ, ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଭୁତି ରଞ୍ଜନ ରାଉତ, ଅତିରିକ୍ତ ମତ୍ସ୍ୟ ଅଧିକାରୀ ଶୁଭଶ୍ରୀ ମିଶ୍ର ମଞ୍ଚ ପରିଚାଳନା କରିଥିବା ବେଳେ, ରଣପୁର ବ୍ଲକର ସହକାରୀ ମତ୍ସ୍ୟ ଅଧିକାରୀ ଇତିଶ୍ରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ମତ୍ସ୍ୟ ବିଭାଗର ସମସ୍ତ କର୍ମଚାରୀମାନେ ଏହି ବୈଠକରେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like